ଅପରାଧ ରାଜ୍ୟ

ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା : ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରର ଜାମିନ୍ ଖାରଜ

କଟକ ୨୨।୭: ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲର ଜାମିନ୍ ଆବେଦନ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ତେବେ ନିମ୍ନ ଅଦାଲତରେ ମାମଲାର ତ୍ଵରିତ ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ସମସ୍ତ ସାକ୍ଷୀମାନଙ୍କ ତାଲିକା ପ୍ରସ୍ତୁତ କରି ତଳ କୋର୍ଟରେ ଦାଖଲ କରିବା ଲାଗି ସରକାରୀ ଓକିଲଙ୍କୁ ନିର୍ଦ୍ଦେଶ ହୋଇଛି । ତା ସହିତ ସମସ୍ତ ସାକ୍ଷୀ କିପରି ସୁରକ୍ଷିତ ଭାବେ କୋର୍ଟରେ ପହଞ୍ଚି ସାକ୍ଷ୍ୟ ପ୍ରଦାନ କରିବେ, ସେ ଉତ୍ତରଦାୟିତ୍ୱ ମାମଲାର ଆଇଓଙ୍କ ଉପରେ ନ୍ୟସ୍ତ କରିଛନ୍ତି ହାଇକୋର୍ଟ ।

ସୂଚନାଯୋଗ୍ୟ ଯେ, ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ର ଜ୍ୟୋତି ବିକାଶ ଜୁନିଅର କଲେଜରେ ପୁଞ୍ଜିଲାଲ୍‌ ମେହେର ଅଧ୍ୟାପକ ଭାବେ କାମ କରୁଥିଲେ । ବୃତ୍ତିଗତ ଶତ୍ରୁତାକୁ କେନ୍ଦ୍ର କରି ସେ ସେହି କଲେଜ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଘରକୁ ପାର୍ସଲ ବୋମା ପଠାଇଥିଲେ । ସଂଯୁକ୍ତାଙ୍କ ପୁଅ ସୌମ୍ୟଶେଖର ସାହୁଙ୍କ ବାହାଘର ୨୦୧୮ ମସିହା ଫେବ୍ରୁଆରୀ ୧୭ ତାରିଖରେ ହୋଇଥିଲା । ବିବାହ ଭୋଜିରେ ପୁଞ୍ଜିଲାଲ୍‌ ପାର୍ସଲ ଉପହାର ଭାବେ ବୋମା ପଠାଇଥିଲେ । ୨୩ ତାରିଖ ଦିନ ଏହି ଗିଫ୍ଟ ପାର୍ସଲ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ସୌମ୍ୟଶେଖର ଓ ତାଙ୍କ ଜେଜେମା’ଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ନବବିବାହିତା ପତ୍ନୀ ରୀମା ଗୁରୁତର ଭାବେ ଆହତ ହୋଇଥିଲେ । ଏହି ଘଟଣା ଜାତୀୟସ୍ତରରେ ଆଲୋଡନ ସୃଷ୍ଟି କରିଥିଲା । ବହୁ ଘଣ୍ଟାଚକଟା ପରେ କ୍ରାଇମବ୍ରାଞ୍ଚ ପୁଞ୍ଜିଲାଲ ମେହେରକୁ ୨୦୧୮ ଅପ୍ରେଲ ୨୫ ତାରିଖରେ ଗିରଫ କରିଥିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।