ରାଜ୍ୟ

ପାଟଣା ରେଞ୍ଜରେ ହାତୀପଲଙ୍କ ଉପଦ୍ରବ: ନଷ୍ଟ କଲେ ଏକର ଏକର ଫସଲ, ଭାଙ୍ଗିଲେ ଘର

ପାଟଣା ୧୨/୧୧: କେନ୍ଦୁଝର ପାଟଣା ରେଞ୍ଜରେ ମାତିଛନ୍ତି ହାତିପଲ । ମଲ୍ଲିପଶି ବିଟ୍ ଅଞ୍ଚଳରେ ୨୪ ଟିକିଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି । ବିଳମ୍ବିତ ରାତିରେ ହାତୀପଲ ମୁଷାଖୋରୀ ଗାଁ କାଶିଆ ସାହିରେ ୩ଟି ଘର ଭାଙ୍ଗି ଦେଇଛନ୍ତି ।

ଫଳରେ ଘର ଭିତରେ ଥିବା ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ହାତୀପଲ ଏ ଅଞ୍ଚଳରେ ଏକର ଏକର ପାଚିଲା ଧାନକୁ ଦଳି ଚକଟି ନଷ୍ଟ କରିଛନ୍ତି, ଗାଁ ନିକଟରେ ହାତୀପଲ ବୁଲୁଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି । ଖୁବଶୀଘ୍ର ଏ ଅଞ୍ଚଳରୁ ହାତୀପଲଙ୍କୁ ଘଉଡାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।