ରାଜ୍ୟ ସ୍ପେଶାଲ ରିପୋର୍ଟ

ପାଣି ମଡ଼ାଇବାକୁ ଯାଇଥିଲେ, ବିଲରେ ଜଗିଥିଲା ଯମ: ଚାଲିଗଲା ବାପପୁଅଙ୍କ ଜୀବନ, ମାଆ ଗୁରୁତର

ବ୍ୟାସନଗର/ଦାନଗଦି: ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ଅନ୍ତର୍ଗତ ଧୂଳିଗଡ ପଞ୍ଚାୟତ ବେଙ୍ଗପାଟିଆ ଗାଁରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବିଦ୍ୟୁତ୍ ଆଘାତରେ ବାପ-ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା ଗୁରୁତର ଥିବ ଜଣାଯାଇଛି। ମୃତକ ହେଲେ ବାପା ଗଣେଶ ମଣ୍ଡଳ(୬୬) ଓ ପୁଅ ଆଶୁତୋଷ ମଣ୍ଡଳ(୩୨)। ଗୁରୁତର ହେଲେ  ତୁଳସୀ ମଣ୍ଡଳ (୬୪)।

ସୂଚନା ଅନୁଯାୟୀ, ପ୍ରତିଦିନ ଭଳି ଆଜି ସକାଳ ପ୍ରାୟ ସାଢ଼େ ୭ଟା ବେଳେ ଗଣେଶ ମଣ୍ଡଳ, ତୁଳସୀ ଓ ଆଶୁତୋଷ ଗାଁ ପାଖ ଚାଷଜମିକୁ ପାଣି ମଡ଼ାଇବାକୁ ଯାଇଥିଲେ। ହେଲେ ସେଠାରେ କୌଣସି କାରଣରୁ ପ୍ରଥମ‌େ ପୁଅ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ। ତାଙ୍କୁ ରକ୍ଷା କରିବାକୁ ଯାଇ ପରେ ବାପା ଓ ଗୁରୁତର ହୋଇଥିଲେ। ସମସ୍ତଙ୍କୁ ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ‌ସେଠାରେ ଡାକ୍ତର ବାପା ଗଣେଶ ମଣ୍ଡଳ ଓ ପୁଅ ଆଶୁତୋଷ ମଣ୍ଡଳଙ୍କୁ ମୃତ ଘୋଷଣା କରିଥିଲେ। ମାଆ ତୁଳସୀଙ୍କ ଅବସ୍ଥା ସଂକଟାପନ୍ନ ଥିବାର ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଏଣେ ଖବର ପାଇ ଯାଜପୁର ରୋଡ୍ ଥାନା ଅଧିକାରୀ ଉପେନ୍ଦ୍ର କୁମାର ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଦୁଇ ଶବକୁ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଛନ୍ତି। ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।