ରାଜ୍ୟ ସ୍ପେଶାଲ ରିପୋର୍ଟ

ପାରାଦୀପ ବନ୍ଦର ଆମ ଅର୍ଥନୀତିର ଜୀବନରେଖା: ମୁଖ୍ୟମନ୍ତ୍ରୀ

ଜଗତସିଂହପୁର ଟାଉନ୍ : ଜଗତସିଂହପୁର ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ୨୦୯ କୋଟି ୫୪ ଲକ୍ଷ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି। ବହୁ ପ୍ରତୀକ୍ଷିତ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ ଲୋକାର୍ପିତ କରିବା ସହ ଜଗତସିଂହପୁର, ବାଲିକୁଦା, ରଘୁନାଥପୁର ଓ ତିର୍ତ୍ତୋଲ ବ୍ଲକ୍ ମିସନ ଶକ୍ତି ଗୃହକୁ ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ଉଦ୍‌ଘାଟନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ, ସାଧାରଣ ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ବଜାୟ ରଖିବା ସବୁଠୁ ଗୁରୁତ୍ବପୂର୍ଣ୍ଣ। ଏଥିପାଇଁ ଆମେ କାମ କରୁଛୁ ଓ ଆଗକୁ ମଧ୍ୟ ଜାରି ରହିବ। ଜଗତସିଂହପୁର ମା’ ଶାରଳାଙ୍କ ପୀଠକୁ ମାତୃ ପୀଠ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ, ପାରାଦୀପରେ ବିଜୁବାବୁ ଓଡ଼ିଶାର ଶିଳ୍ପ ବିକାଶ ପାଇଁ ଭିତ୍ତି ରଖିଥିଲେ। ପାରାଦୀପ ଆଜି ଦେଶର ଏକ ସମୃଦ୍ଧ ବନ୍ଦର ଭାବେ ଅନେକ ସୁଯୋଗ ସୃଷ୍ଟି କରିଛି ଏବଂ ଆମ ଅର୍ଥନୀତିର ଜୀବନରେଖା ହୋଇଛି। ସେହିପରି ଜିଲ୍ଲାର ମିସନ ଶକ୍ତିର ମା’ମାନେ ଆଜି ବିକାଶର ସାରଥୀ ହୋଇଛନ୍ତି। ଏବେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯିବା ସହିତ ଜିଲ୍ଲାସ୍ତରୀୟ ମିସନ ଶକ୍ତି ଫେଡେରେସନ ପାଇଁ ୧ କୋଟି ଓ ବ୍ଲକସ୍ତରୀୟ ମିସନ ଶକ୍ତି ପାଇଁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ପାଣ୍ଠିର ବ୍ୟବସ୍ଥା କରାଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସାରାଦେଶ ପାଇଁ ଏକ ମଡେଲ ହୋଇଛି। ଆଜି ଯାଏଁ ଏହି ବ୍ୟବସ୍ଥାରେ ୮ ଲକ୍ଷ ଲୋକ ଚିକିତ୍ସା ସୁବିଧା ପାଇଛନ୍ତି ଓ ଏଥିପାଇଁ ରାଜ୍ୟ ସରକାର ୧୬୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ସେହିପରି ୫ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ପ୍ରଶଂସା କରିଥିବା ବେଳେ ଏବେ ସୁଦ୍ଧା ଜିଲ୍ଲାର ୧୦୨ ସ୍କୁଲ ସାମିଲ୍‌ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ସମସ୍ତ ସ୍କୁଲ ସାମିଲ୍‌ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ୫-ଟି ସଚିବ ଭି.କେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିବା ବେଳେ ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟ୍ଟୱାରୀ ସ୍ବାଗତ ଭାଷଣ ଦେଇଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।