ଅପରାଧ ରାଜ୍ୟ

ପାରିବାରିକ କଳହର କରୁଣ ପରିଣତି, ନିଜେ ବିଷ ପିଇ ୧୦ମାସର ଶିଶୁକୁ ପିଆଇଲା ମା’

ଯାଜପୁର ୫।୮: ପାରିବାରିକ କଳହର କରୁଣ ପରିଣତି । ନିଜେ ବିଷ ପିଇ ୧୦ ମାସର ଶିଶୁକୁ ବିଷ ପିଆଇଲା ମା’ । ଯାଜପୁର ଜିଲ୍ଲା କୁଆଖିଆ ଥାନା ରସୁଣା ସାମନ୍ତରାପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲା କୁଆଖିଆ ଥାନା ରସୁଣା ସାମନ୍ତରାପୁର ଗାଁର ଜଣେ ମହିଳା ପାରିବାରିକ କଳହରୁ ନିଜେ ବିଷ ପିଇବା ସହ ୧୦ ମାସର ଶିଶୁକୁ ବିଷ ପିଆଇଦେଇଛନ୍ତି । ଫଳରେ ସେମାନଙ୍କୁ ପ୍ରଥମେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ସ୍ବାସ୍ଥାବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ସେଠାରେ ଉଭୟଙ୍କ ଚିକିତ୍ସା ଜାରି ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।