ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁଅକୁ ସ୍କୁଲରେ ଛାଡ଼ିବାକୁ ଯାଉଥିଲେ ଦମ୍ପତି: ବାଟରେ ଜଗିଥିଲା ଯମ, ଚାଲିଗଲା ସ୍ତ୍ରୀଙ୍କ ଜୀବନ

କୁଜଙ୍ଗ: କଟକ-ପାରାଦୀପ ରାସ୍ତାର ପଙ୍କପାଳ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ବାଇକକୁ କାର୍‌ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ପ୍ରାଣହାନି ଘଟିଛି। ମୃତା ହେଲେ ଝିଲି ମାଝି। ଏଥିରେ ସ୍ୱାମୀ ଓ ପୁଅ ଆହତ ହୋଇଛନ୍ତି। ଉଭୟଙ୍କୁ ମଣିଜଙ୍ଗା ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନ‌ା ଅନୁଯାୟୀ, ପଙ୍କପାଳ ପଞ୍ଚାୟତ ଅନ୍ତର୍ଗତ ଜନାପାଳ ଗାଁର ଇନ୍ଦିରା କଲୋନିରେ ରହୁଥିବା ସୁମନ୍ତ ବେହେରା(୪୦) ଓ ତାଙ୍କ ପତ୍ନୀ ଝିଲି ମାଝି ପୁଅ ସୁପ୍ରଭାତ(୫)ଙ୍କୁ ସ୍କୁଲରେ ଛାଡ଼ିବା ଲାଗି ବାଇକରେ ଯାଉଥିଲେ। ପଙ୍କପାଳ ଉଚ୍ଚ ବିଦ୍ୟାଳୟ ସାମ୍ନାରେ ଏକ କାର୍(ଓଡି୦୫-ଏବି ୫୧୯୨) ସୁମନ୍ତ ବେହେରାଙ୍କ ବାଇକକୁ ପଛପଟୁ ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ହିଁ ପତ୍ନୀ ଝିଲି ମାଝି(୨୮)ଙ୍କର ମୃତ୍ୟୁ ଘଟିଥିଲା। ଏଥିରେ ସ୍ୱାମୀ ଓ ପୁଅ ଆହତ ହୋଇଥିଲେ।

ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ମଣିଜଙ୍ଗା ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ କାର୍ ଚାଳକ ଦୁର୍ଘଟଣା ଘଟାଇବା ପରେ ଚମ୍ପଟ ମାରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି କାରକୁ ଜବତ କରି ଘଟଣା ତଦନ୍ତ ଆରମ୍ଭ କରିଛି। ଏଣେ କଟକ-ପାରାଦୀପ ରାସ୍ତାର ପଙ୍କପାଳ ଛକ ନିକଟରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।