ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ପୁଞ୍ଚ୍‌ରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୪ ଆତଙ୍କବାଦୀ ନିପାତ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ପୁଞ୍ଚ୍‌ରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୪ ଆତଙ୍କବାଦୀ ନିପାତ ହୋଇଛନ୍ତି। ନିପାତ ହୋଇଥିବା ୪ ଆତଙ୍କବାଦୀ ହେଉଛନ୍ତି ବିଦେଶୀ। ସେମାନଙ୍କ ନିକଟରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ପୁଞ୍ଚର କ୍ରିଷ୍ଣା ଘାଟି ସେକ୍ଟର ସ୍ଥିତ ଏଲ୍‌ଓସି ନିକଟରେ ଭାରତୀୟ ସେନା ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିବାର ଦିନକ ପରେ ଆଜି ପୁଣି ୪ ଆତଙ୍କବାଦୀଙ୍କୁ ନିପାତ କରିବାରେ ସଫଳ ହୋଇଛନ୍ତି। ସୁରନକୋଟ‌ରେ ଆତଙ୍କବାଦୀଙ୍କ ଗତିବିଧି ସଂକ୍ରାନ୍ତରେ ଖବର ପାଇ ସୁରକ୍ଷାକର୍ମୀମାନେ ଗତକାଲି ରାତିରୁ ଅପରେସନ ଆରମ୍ଭ କରିଥିଲେ। ଆଜି ଭୋର ସମୟରେ ଉଭୟ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୪ ଆତଙ୍କବାଦୀ ନିପାତ ହୋଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ