ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ପୁଣି କରୋନାରେ ଆଖି ବୁଜିଲେ ୧୧ ଜଣ ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୩ ଶହକୁ ଛୁଇଁଲା

ଭୁବନେଶ୍ବର ୩୦/୧୦: କରୋନା ସଂକ୍ରମଣ କମିଛି ସତ ମୃତ୍ୟୁରେ ବ୍ରେକ୍‌ ଲାଗୁନି । ରାଜ୍ୟରେ ବେକାବୁ ହେଉଛି କୋଭିଡ୍‌ ମୃତ୍ୟୁ । ଗତ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୪ଘଣ୍ଟାରେ ୧୧ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ସଂପୃକ୍ତ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ ଜଣ, କଟକରୁ ୨ ଜଣ, ଅନୁଗୁଳ, ଗଞ୍ଜାମ,ଝାରସୁଗୁଡା,କନ୍ଧମାଳ,ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ସଂକ୍ରମିତ କରୋନାରେ ଆଖିବୁଜିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨ ଲକ୍ଷ ୮୮ ହଜାର ୬୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୫ ହଜାର ୨୪୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨ ଲକ୍ଷ ୭୨ ହଜାର ୦୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୩୦୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୪୫ ଲକ୍ଷ ୦୮ ହଜାର ୦୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ