ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ପୁଣି ରାଉରକେଲା ଇସ୍ପାତ କାରଖାନାରେ ଦୁର୍ଘଟଣା: ଶ୍ରମିକ ଗୁରୁତର ଆହତ

ରାଉରକେଲା: ରାଉରକେଲା ଇସ୍ପାତ କାରଖାନାରେ ଦୁର୍ଘଟଣା ଏବେ ନିତିଦିନିଆ ଘଟଣା ହେଲାଣି। କାରଖାନା ପରିସରରେ ଆଜି ପୁଣି ଏକ ଦୁର୍ଘଟଣା ସିପିପି-୧ ରେ ଘଟିଛି। ବେହୁରିଆ ଏଣ୍ଟରପ୍ରାଇଜେସ ଠିକା ସଂସ୍ଥା ଅଧୀନରେ କାର୍ଯ୍ୟରତ ଶ୍ରମିକ ସହଦେଵ ବେହେରା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଆଇଜିଏଚ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି। ବିଷାକ୍ତ ଗ୍ୟାସ ଲିକ୍ ହେବାରୁ ଦୁର୍ଘଟଣା ଘଟିଥିବା କୁହାଯାଉଛି। ତେବେ ଦୁର୍ଘଟଣାର ପ୍ରକୃତ କାରଣ ବିଷୟରେ ଏଯାଏଁ କାରଖାନା ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।
ସୂଚନାଯୋଗ୍ୟ, କାରଖାନାର କୋଲ କେମିକାଲ ବିଭାଗ(ସିସିଡି)ରେ ଗତ ଜାନୁଆରୀ ୬ ତାରିଖରେ ବିଷାକ୍ତ ଗ୍ୟାସ ଲିକ୍ ହେବାରୁ ୪ଜଣ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଗତକାଲି ଷ୍ଟିଲ ମେଲଟିଂ ସପ-୨(ଏସ ଏମ ଏସ-୨)ର କନଭର୍ଟର କଣ୍ଟ୍ରୋଲ ରୁମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ବହୁ ମୂଲ୍ୟବାନ ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଏହାଦ୍ୱାରା ଉତ୍ପାଦନରେ ଗୁରୁତର ବ୍ୟାଘାତ ସୃଷ୍ଟି ହୋଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ