ରାଜ୍ୟ ସ୍ୱାସ୍ଥ୍ୟ

ପୁଣି ୧୭ କରୋନା ସଂକ୍ରମିତଙ୍କ ପ୍ରାଣହାନି: ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯୦୧୧କୁ ବୃଦ୍ଧି

ଭୁବନେଶ୍ୱର: ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୧୭ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯୦୧୧କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭ ଜଣ ମୃତକ ଅଛନ୍ତି। ଅପରପକ୍ଷରେ ବାଲେଶ୍ବର ଜିଲ୍ଲାରୁ ୬ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି। ଏଣେ ଗଞ୍ଜାମ ଜିଲ୍ଲାରୁ ୨ଜଣ ପ୍ରାଣ ହରାଇଥିବା ବେଳେ ପୁରୀ ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଗତକାଲି ୧୮ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

ଏଣେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୯ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୩୨ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୨୬, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧୨ ଜଣ, କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୪୫ ଜଣ, କୋରାପୁଟରୁ ୨୪ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୧୬ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪୫ ଜଣ, ସମ୍ୱଲପୁରରୁ ୩୮ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୯୬ ଜଣ ଓ ଷ୍ଟେଟ ପୁଲରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୨, ୪୮୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୬୭, ୧୦୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬,୩୦୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ