ଅପରାଧ ରାଜ୍ୟ

ପୁରୀରୁ ଫେରିବା ବେଳେ ସ୍କର୍ପିଓକୁ ଧକ୍କା ଦେଲା ଟ୍ରକ୍, ୬ ଆହତ

ସୋର, ୧୧|୦୭ : ବାହୁଡା଼ରୁ ଫେରିଲା ବେଳେ ଦୁର୍ଘଟଣା । ୬ ଯାତ୍ରୀ ଆହତ l ଏପରି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ୧୬ ନମ୍ବର ଜାତୀୟ ରାଜପଥ ଛଅପୋଲିଆ ଠାରେ । ଏକ ସ୍କପିଓକୁ ପଛରୁ ଟ୍ରକ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି ।

ସୂଚନାନୁସାରେ, ବାଲେଶ୍ବର ଜିଲ୍ଲା ବାଲିଆପାଳ କାଳୀପୁର ପ୍ରତାପଗଡ଼ର ୯ ଯୁବକ ପୁରୀରୁ ଶ୍ରୀଜୀଉଙ୍କ ରଥ ଦେଖି ଫେରୁଥିଲେ । ତେବେ ଛଅପୋଲିଆାରେ ସେମାନଙ୍କ କାରକୁ ଏକ ଟ୍ରକ ପଛରୁ ଧକ୍କା ଦେଇଥିଲା । ଫଳରେ କାରଟି ଓଲଟି ପଡିଥିଲା । ଏଥିରେ ଥିବା ୯ ଯାତ୍ରୀଙ୍କ ମଧ୍ୟରୁ ୬ ଆହତ ହୋଇଛନ୍ତି । ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ତେବେ ସମସ୍ତ ଆହତଙ୍କୁ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ଉଦ୍ଧାର କରି ପ୍ରଥମେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା l ପରେ ୩ ଗୁରୁତରଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।