ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁରୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଶୀଘ୍ର ଖୋଲିବାକୁ ପୁଣି ଦାବି କଲେ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଶୀଘ୍ର ଖୋଲିବାକୁ ପୁଣି ଦାବି କରିଖିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ରତ୍ନଭଣ୍ଡାର ଓଡ଼ିଆ ଲୋକଙ୍କ ଭାବାବେଗ ସହ ଜଡ଼ିତ। ତେଣୁ ଏହାକୁ ତୁରନ୍ତ ଖୋଲାଯାଉ। ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପୁରୀ ଗସ୍ତରେ ଥିବା ବେଳେ ଆଜି ଭୋରରୁ ଶ୍ରୀମନ୍ଦିରରେ ପହଞ୍ଚିଥିଲେ କେନ୍ଦ୍ରମନ୍ତ୍ରୀ। ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ୍ ଧରି ରହିବା ସହ ମଙ୍ଗଳ ଆଳତୀ ଦର୍ଶନ ଓ ମହାପ୍ରଭୁଙ୍କ ଆଶିଷ ଲାଭ କରିଥିଲେ। ପବିତ୍ର କାର୍ତ୍ତିକ ମାସରେ ସେ ମହାପ୍ରଭୁଙ୍କ ଦର୍ଶନ କରି ଧନ୍ୟ ମନେ କରିଥିବା କହିଛନ୍ତି। ଶ୍ରୀମନ୍ଦିର ନିକଟରେ ଥିବା ମା’ ଦକ୍ଷିଣ କାଳୀଙ୍କ ମନ୍ଦିର ଯାଇ ମଧ୍ୟ ଦର୍ଶନ କରିଥିଲେ।
ଏହି ଅବସରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ ବିଭିନ୍ନ ଐତିହ୍ୟ ଓ ଧର୍ମୀୟ ପୀଠ ଗୁଡ଼ିକର ପୁନରୁଦ୍ଧାର ଓ ମରାମତି ଠିକ୍ ଭାବେ କରାଯିବା ଆବଶ୍ୟକ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବେ ଏ ଦିଗରେ କାମ କରିବେ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଏଏସ୍ଆଇର ଶ୍ରୀମନ୍ଦିର ମରାମତି କାମକୁ ସନ୍ତୋଷଜନକ କହିବା ସହ ନାଟମଣ୍ଡପ ମରାମତି କାର୍ଯ୍ୟକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।