ଧର୍ମ

ପୁରୀରେ କୋହଳ ହେଲା କଟକଣା, କେବଳ ଜାରି ରହିବ ଅତ୍ୟାବଶ୍ୟକୀୟ ସେବା

ପୁରୀ ୧୩/୭: କରୋନା ମହାମାରୀକୁ ଦୃଷ୍ଟିରେ ରଖି ରଥଯାତ୍ରା ନିମନ୍ତେ ଆସନ୍ତା ୧୩ ତାରିଖ ସନ୍ଧ୍ୟା ୮ ଘଟିକା ପର୍ଯ୍ୟନ୍ତ ପୂର୍ବରୁ ଜାରି ଥିବା କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି । ମାତ୍ର କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ଯ୍ୟନ୍ତ ଏହି କଟକଣା ଆସନ୍ତା ୧୪ ତାରିଖ ସକାଳ ୬ ଘଟିକା ପର୍ଯ୍ୟନ୍ତ ବଳବତ୍ତର ରହିବ ।


ଶ୍ରୀ ଜୀଉ ମାନଙ୍କ ଆଡପ ମଣ୍ତପ ବିଜେ ପହଣ୍ତି ନିମନ୍ତେ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହି ସମୟ ମଧ୍ୟରେ ଉକ୍ତ ଅଞ୍ଚଳରେ ସମସ୍ତ ଦୋକାନ ଓ ବଜାର, ଔଷଧ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ, କାର୍ଯ୍ୟାଳୟ ବନ୍ଦ ରହିବ । ସାଧାରଣ ଲୋକଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯାଇଛି । କେବଳ ସ୍ବୀକୃତିପ୍ରାପ୍ତ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ବହନ କରିଥିବା ଗାଡିକୁ ଛାଡିଦେଲେ ଅନ୍ୟଗାଡି ଗୁଡିକ ଯିବା ଆସିବା ଉପରେ ମଧ୍ୟ ଏହି କଟକଣା ବଳବତ୍ତର ରହିବ । ଏଥିନିମନ୍ତେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ