ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁରୀ ଗସ୍ତରେ 5ଟି ସଚିବ, ଶ୍ରୀସେତୁ କାର୍ଯ୍ୟର କଲେ ସମୀକ୍ଷା

ପୁରୀ ୧୨।୧୧ : ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି 5 ଟି ସଚିବ ଭି କେ ପାଣ୍ଡିଆନ୍। ଏଥିସହ ଶ୍ରୀସେତୁ ନିର୍ମାଣ କାଯ୍ୟର ଅନୁଧ୍ୟାନ ମଧ୍ୟ କରିଛନ୍ତି ।

ଖବର ଅନୁଯାୟୀ, ଶନିବାର ସକାଳେ 5 ଟି ସଚିବ ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ରତ୍ନସିଂହାସନସ୍ଥ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରି ଆଶିଷ ଲାଭ କରିଥିଲେ। ପରେ ମା ବିମଳା ଓ ମହାଲକ୍ଷ୍ମୀଙ୍କ ଦର୍ଶନ କରିଥିଲେ। ଏହାପରେ 5-ଟି ସଚିବ ପୁରୀରେ ଚାଲିଥିବା ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ । 5-ଟି ସଚିବଙ୍କ ସହ ଜିଲ୍ଲାପାଳ ସମର୍ଥ ବର୍ମା ମଧ୍ୟ ଉପସ୍ଥିତ ଥିଲେ। ପୁରୀକୁ ବିଶ୍ବ ଐତିହ୍ୟ ନଗରୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ତେଣୁ 5-ଟି ସଚିବ ବିଭିନ୍ନ ସମୟରେ ପୁରୀ ଗସ୍ତରେ ଆସି ସମସ୍ତ କାର୍ଯ୍ୟର ତଦାରଖ କରିବା ସହ ଅନୁଧ୍ୟାନ ମଧ୍ୟ କରୁଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।