ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁରୀ ରଥଯାତ୍ରା: ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ବଜ, ପ୍ରବଳ ଖରା ଓ ଗରମକୁ ଖାତିର ନକରି ରଥ ଟାଣୁଛନ୍ତି ଭକ୍ତ

ପୁରୀ: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନ୍ୟତମ ଆକର୍ଷଣ ‘ରଥଟଣା’ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ପ୍ରଶାସନ ପକ୍ଷରୁ ରଥଟଣା କାମ ୪ଟାରୁ ଆରମ୍ଭ ହେବାକୁ ଥିବା ବେଳେ, ନୀତିନିର୍ଘଣ୍ଟ ଆଗୁଆ ଶେଷ ହୋଇଯାଇଥିବାରୁ ଅପରାହ୍‌ଣ ୩ଟା ୪ ମିନିଟରେ ରଥଟଣା ଆରମ୍ଭ ହୋଇଯାଇଛି। ଭକ୍ତମାନେ ପ୍ରଥମେ ବଳଭଦ୍ରଙ୍କ ତାଳଧ୍ବଜକୁ ବଡ଼ଦାଣ୍ଡରେ ଟାଣିବା ଆରମ୍ଭ କରିଦେଇଛନ୍ତି। ଭକ୍ତଙ୍କ ହରିବୋଲ, ହୁଳହୁଳି ଡାକ ସହ ଘଣ୍ଟଘଣ୍ଟି ଧ୍ବନିରେ ବଡ଼ଦାଣ୍ଡ ଉଛୁଳି ପଡୁଛି। ଭକ୍ତମାନେ ଶ୍ରଦ୍ଧାର ସହିତ ତାଳଧ୍ବଜକୁ ଶରଧାବାଲି ଅଭିମୁଖେ ଟାଣି ନେଉଛନ୍ତି। ତାଳଧ୍ବଜ ଗଡ଼ିବା ଆରମ୍ଭ ହୋଇଯାଇଥିବା ବେଳେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ମଧ୍ୟ ଆଗକୁ ଗଡ଼ିବା ପାଇଁ ପ୍ରସ୍ତୁତ ହୋଇଯାଇଛି। ଆଉ କିଛି ସମୟ ପରେ ଏହାକୁ ଭକ୍ତମାନେ ଟାଣିନେବେ। ଶେଷରେ କାଳିଆ ଠାକୁରଙ୍କ ରଥ ‘ନନ୍ଦିଘୋଷ’କୁ ଶରଧାବାଲି ଅଭିମୁଖେ ଟଣାଯିବ।

ବର୍ଷା ଅଭାବ ଯୋଗୁଁ ରାଜ୍ୟରେ ଗ୍ରୀଷ୍ମ ଲହର ଜାରି ଥିବା ବେଳେ ପୁରୀବାସୀଙ୍କୁ ମଧ୍ୟ ଏହା ଅସହ୍ୟ ହୋଇପଡ଼ିଛି। ପୁରୀରେ ୩୪ ଡିଗ୍ରି ତାପମାତ୍ରା ଓ ୭୨ ପ୍ରତିଶତ ଆଦ୍ରତାକୁ ଖାତିର ନକରି ଭକ୍ତମାନେ ରଥଯାତ୍ରାରେ ସାମିଲ ହୋଇଛନ୍ତି। ଭଗବାନଙ୍କ ପାଖରେ ଭକ୍ତି ଥିବାରୁ ଭକ୍ତମାନଙ୍କୁ ଖରାର ‌ପ୍ରକୋପ ପ୍ରଭାବିତ କରିପାରି ନାହିଁ। ଏହା ପୂର୍ବରୁ ରଥଉପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ହାତରେ ସୁବର୍ଣ୍ଣ ଖଡ଼ିକା ଧରି ଛେରାପହଁରା କରିବା ପରେ ଚାରମାଳ ଫିଟା ଯାଇଥିଲା। ଘୋଡ଼ା ଓ ସାରଥି ‌ଲଗାଯାଇଥିଲା।

ଉଲ୍ଲେଖଯୋଗ୍ୟ, ଆଜି ସକାଳୁ ଶ୍ରୀମନ୍ଦିରରେ ନୀତିକାନ୍ତି ଆରମ୍ଭ ହୋଇଥିଲା। ପହଣ୍ଡି ପରେ ତିନି ରଥରେ ବିଜେ ହୋଇଥିଲେ ଚତୁର୍ଦ୍ଧାମୂର୍ତ୍ତି। ସକାଳ ପ୍ରାୟ ୯ଟା ବେଳେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ତାପରେ ଶ୍ରୀବଳଦେବଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଏହାପରେ ମା’ ସୁଭଦ୍ରାଙ୍କର ଏବଂ ଶେଷରେ କାଳିଆ ଠାକୁରଙ୍କର ପହଣ୍ଡିବିଜେ ହୋଇଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବେଳେ ହୁଳହୁଳି, ହରିବୋଲ ଡାକ ସହ ଘଣ୍ଟଘଣ୍ଟା ଧ୍ୱନି ଓ ମର୍ଦ୍ଦଳା, ତୂରୀଭେରୀ ନାଦରେ ସିଂହଦ୍ୱାର ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ଗହଳି ଲଗେଇ ଆସିଛନ୍ତି ମହାପ୍ରଭୁା ଟାହିଆ ହଲେଇ ଆସିଥିଲେ କାଳିଆ ଗୋସାଇଁ। ଆଜି ରଥଯାତ୍ରାରେ ପୁରୀରେ ୧୦ ଲକ୍ଷ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିବା କୁହାଯାଉଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।