କଳା ଓ ସଂସ୍କୃତି ରାଜ୍ୟ

ପୁରୀ ରାଜଭବନରେ ରଥ ଚକ ସ୍ଥାପନ

ପୁରୀ : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁକ୍ରବାର ଅପରାହ୍‌ଣରେ ୪ ଦିନିଆ ପୁରୀ ଗସ୍ତରେ ଆସି ରାଜଭବନରେ ପହଞ୍ଚିଛନ୍ତି। ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ତା ପ୍ରମୁଖ ରାଜ୍ୟପାଳଙ୍କୁ ସ୍ବାଗତ କରିଥିଲେ। ରାଜ୍ୟପାଳ ରାଜଭବନ ପରିସରରେ ରଥ ଚକ ସ୍ଥାପନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ବାଳାଶ୍ରମର ପ୍ରାୟ ୩୦ ଜଣ ଛାତ୍ରଛାତ୍ରୀଙ୍କୁ ରେଡକ୍ରସ୍‌ ପକ୍ଷରୁ କରୋନା ହାଇଜେନିକ କିଟ୍‌ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଭାରତୀୟ ରେଡକ୍ରସ ଓଡ଼ିଶା ଶାଖା ଅବୈତନିକ ସଚିବ ତଥା ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ ସିଟିଏମ୍‌ ସୁଗୁଣା, ସିଟି ଡିଏସ୍‌ପି ଜନାର୍ଦ୍ଦନ ପାଢ଼ୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଜିତେନ୍ଦ୍ର କୁମାର ପାତ୍ର, ଡେପୁଟି କଲେକ୍ଟର ଗୋପୀନାଥ ମିଶ୍ର, ଜିଲ୍ଲାସ୍ତରୀୟ ଅଧିକାରୀ ମନୋଜ କୁମାର ତ୍ରିପାଠୀ, ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ଓ ରେଡକ୍ରସ୍‌ର ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,