ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁରୁବାଈ କନ୍ୟାଶ୍ରମରେ ଅନ୍ତେବାସିନୀ ଅସୁସ୍ଥ ଘଟଣା: ଆଉ ୪ ବାଲେଶ୍ୱର ସ୍ଥାନାନ୍ତର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ସୋର: ସୋର ପୌରପାଳିକା ଅନ୍ତର୍ଗତ ପୁରୁବାଈ କନ୍ୟାଶ୍ରମରେ ୨୭ ଜଣ ଅନ୍ତେବାସିନୀ ଅସୁସ୍ଥ ଘଟଣାରେ ଗତ ରାତିରେ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଏମାନଙ୍କ ଜ୍ବର କମୁନଥିବା ହେତୁ ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାଯାଇଛି। ଯେଉଁମାନଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ସେମାନେ ହେଲେ  ରାଖୀ ଶାନ୍ତରା (୭), ନନ୍ଦିନୀ ସିଂ (୧୫), ପୁର୍ଣିମା ଦାସ( ୧୫) ଓ ରାଖୀ ସିଂ (୬)। ସେମାନଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି। ଏଣେ ଗତକାଲି ବାଲେଶ୍ୱର ଜିଲ୍ଲାପାଳ ମଧ୍ୟ ସୋର ଆସି ସ୍ଥିତିର ଯାଞ୍ଚ କରିଥିଲେ।

ଉଲ୍ଲେଖଯୋଗ୍ୟ, ଗତ ଶୁକ୍ରବାର ଦିନ ଏହି କନ୍ୟାଶ୍ରମରେ ୩ ଜଣ ଅନ୍ତେବାସିନୀ ବାନ୍ତିକରି ଗୁରୁତର ଅସୁସ୍ଥ ହୋଇ ସୋର ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ସମସ୍ତଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଜଣେ ଅନ୍ତେବାସିନୀଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ଅନ୍ୟ ୨ ଜଣ ଚିକିତ୍ସିତ ହେଉଛନ୍ତି। ବାଲେଶ୍ୱର ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ଶନିବାର ଦିନ ଏକ ମେଡିକାଲ ଟିମ କନ୍ୟାଶ୍ରମରେ ପହଞ୍ଚି ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହିତ ୨୯ ଜଣଙ୍କ ରକ୍ତ ନମୁନା ସଂଗ୍ରହ କରିଥିଲେ ଏବଂ ୨୬ ଜଣ ଅସୁସ୍ଥ ସୋର ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ।  ୨୯ ଜଣଙ୍କ ମଧ୍ୟରୁ ୫ ଜଣ ମସ୍ତିଷ୍କ ପ୍ରଦାହ ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡିବା ପରେ ଅନ୍ୟ ଜଣେ ଗୁରୁତ୍ତର ଥିବା ଅନ୍ତେବାସିନୀଙ୍କ ସମେତ ମୋଟ ୬ ଜଣଙ୍କୁ ଗତକାଲି ରାତିରେ  ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।  ବାଲେଶ୍ୱର ସ୍ଥାନାନ୍ତରିତ କରାଯାଇଥିବା ଅନ୍ତେବାସିନୀମାନେ ହେଲେ ଗୀତା ସିଂ(୧୦), ଭାଗ୍ୟଶ୍ରୀ ମଲିକ (୨୬), ଲଷ୍ମୀରାଣୀ ସିଂ (୧୫), ସଞ୍ଜନା ନାୟକ (୧୪), ପାନୀ ମାଝୀ (୬) ଓ ସୀତା ହାଂସଦା (୬)।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।