ଖେଳ ଦେଶ ବିଦେଶ ରାଜ୍ୟ

ପୁରୁଷ ହକି ଖେଳାଳିଙ୍କୁ ୨.୫କୋଟି ଓ ମହିଳା ଖେଳାଳିଙ୍କୁ ୫୦ଲକ୍ଷ ଲେଖାଏଁ ପୁରସ୍କାର ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରିଥିବ‌ା ୪ଓଡ଼ିଆ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାରୁ ଭାରତୀୟ ହକି ଟିମରେ ଥିବା ୨ଜଣ ପୁରୁଷ ହକି ଖେଳାଳି ଏବଂ ୨ଜଣ ମହିଳା ହକି ଖେଳାଳିଙ୍କୁ କଳିଙ୍ଗ ଷ୍ଟାଡିୟମରେ ସମ୍ବର୍ଦ୍ଧିତ କରାଯାଇଛି। ପୁରୁଷ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ୨.୫କୋଟି ଟଙ୍କାର ପୁରସ୍କାର ରାଶି ଦିଆଯାଇଥିବା ବେଳେ ରାଜ୍ୟ ପୁଲିସ ବିଭାଗରେ ଡେପୁଟି ସୁପରିଟେଣ୍ଡେଣ୍ଟ ଭାବରେ ନିଯୁକ୍ତି ପାଇଁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହା ସହ ୨ଜଣ ମହିଳା ହକି ଖେଳାଳି ନମିତା ଟ‌ପ୍ପୋ ଓ ଦୀପ୍‌ଗ୍ରେସ୍‌ ଏକ୍କାଙ୍କୁ ୫୦ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଟୋକିଓ ଅଲିମ୍ପିକ୍ସରେ ଉଭୟ ପୁରୁଷ ଓ ମହିଳା ହକି ଦଳର ପ୍ରଦର୍ଶନକୁ ପ୍ରଶଂସା କରି ଖେଳାଳିଙ୍କୁ ଭବିଷ୍ୟତରେ ସରକାରଙ୍କ ପକ୍ଷରୁ ସହଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

ଏହି ଉତ୍ସବରେ କୃତିତ୍ବ-ପ୍ରଦର୍ଶନ କେନ୍ଦ୍ର ଏବଂ ସ୍ପୋର୍ଟସ ହଷ୍ଟେଲର ହକି ଖେଳାଳିମାନେ ଉପସ୍ଥିତ ଥିଲେ। କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ଓ ଯୁବ ସେବା ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲୀପ ତିର୍କୀ ଏବଂ ୫ଟି ସଚିବ ଭିକେ ପାଣ୍ଡିଆନ୍ ଏହି ସମାରୋହରେ ଉପସ୍ଥିତ ରହିଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ