ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁଲିସ ଏନକାଉଣ୍ଟରରେ ୪ ମାଓବାଦୀ ନିପାତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ନାରାୟଣପୁର ଆବୁଜମାଡ଼ ଜଙ୍ଗଲରେ  ପୁଲିସ ଏନକାଉଣ୍ଟରରେ ୪ ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଜି ସକାଳେ  ପୁଲିସ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଗତକାଲି ରାତିରେ ନକ୍ସଲସେଠାରେ କ୍ୟାମ୍ପ କରି ରହିଥିବା ପୁଲିସ ଖବର ପାଇବା ପରେ ଯବାନ ସର୍ଚ୍ଚ ଅପରେସନରେ ବାହାରିଥିଲେ। ଏଠାରେ ଏନକାଉଣ୍ଟରରେ ୪ ମାଓବାଦୀ ଟଳିଥିଲେ।

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ନକ୍ସଲ ଏବଂ ପୁଲିସ ମଧ୍ୟରେ ଗୁଳିବିନିମୟ ଚାଲିଛି। ସକାଳ ୬ଟାରୁ ଆରମ୍ଭ ହୋଇଥିବା ଗୁଳିବିନିମୟ ବର୍ତ୍ତମାନ ମଧ୍ୟ ଚାଲିଛି। ବର୍ତ୍ତମାନ ସୁଦ୍ଧା ୪ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ବେଳେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ମାଓ ସାମଗ୍ରୀ ଜବତ କରାଯାଇଛି।ବିଶେଷ ସୂତ୍ରରୁ ଖବର ପାଇ ଡିଆରଜି ଓ ଏସ୍ଟିଫ ଟିମ ଚଢ଼ାଉ କରିଥିଲେ। ବସ୍ତର ଆଇଜି ସୁନ୍ଦରରାଜ ପି ଘଟଣା ଉପରେ ତୀକ୍ଷଣ ନଜର ରଖିଛନ୍ତି। ସନ୍ଧ୍ୟାରେ ସାମ୍ବାଦିକ ସମ୍ମିଳନୀରେ ସମସ୍ତ ଘଟଣାର ବିବରଣୀ ପ୍ରଦାନ କରାଯିବ ବୋଲି ପୁଲିସ କହିଛି। ଏସପି ରବିନସନ ଗୁରିୟା ଘଟଣା ସମ୍ପର୍କରେ ସ୍ପଷ୍ଟ କରିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।