ରାଜ୍ୟ

ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ପରଲୋକ, ୮୦ ବର୍ଷରେ ଆଖିବୁଜିଲେ

ଭୁବନେଶ୍ୱର ୧୭।୧୧ : ଅବସର ବେଉରିଆଙ୍କ ପରଲୋକ । ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି । ଏକ ଘରୋଇ ହସ୍ପିଟାଲରେ ଆଖି ବୁଝିଛନ୍ତି ଅବସର ବେଉରିଆ ।

ଖବର ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଅବସର ବେଉରିଆ ଛାତିରେ କିଛି ଯନ୍ତ୍ରଣା ଅନୁଭୁବ କରିଥିଲେ । ଏହାପରେ ତୁରନ୍ତ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ତାଙ୍କର ପ୍ରାଣ ତ୍ୟାଗ କରିଛନ୍ତି । ୮୦ ବର୍ଷ ବୟସରେ ଏହି ପୂର୍ବତନ ରାଷ୍ଟ୍ରଦୂତଙ୍କ ହୃଦଘାତରେ ପରଲୋକ ହୋଇଛି ବୋଲି ସୂଚନା ମିଳିଛି । ପରିବାର ପକ୍ଷରୁ ମୃତ୍ୟୁ ନେଇ ସ୍ପଷ୍ଟ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଶ୍ରୀଯୁକ୍ତ ଅବସର ବେଉରିଆ ଜଣେ ଦକ୍ଷ କୁଟନୀତିଜ୍ଞ ଭାବେ ବେଶ୍‌ ଜଣାଶୁଣା । ସେ ନିଜ ଚାକିରି କାଳରେ ଜାପାନ, ଯୁକ୍ତରାଷ୍ଟ୍ର ଆମେରିକା, ସଂଯୁକ୍ତ ଆରବ ଏମିରେଟ୍ସ, ମିଆଁମାର, ଶ୍ରୀଲଙ୍କା, ରୁଷରେ ଭାରତୀୟ ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରିଥିଲେ । ରାଷ୍ଟ୍ରଦୂତ ହେବା ପୂର୍ବରୁ ସେ ବ୍ୟାଙ୍କରେ କାର୍ଯ୍ୟ କରୁଥିଲେ । ଏହାପରେ ସେ ଅଧ୍ୟାପକ ଭାବେ ମଧ୍ୟ କାମ କରିଛନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।