ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ପୂର୍ବଶତ୍ରୁତାରୁ ସ୍ୱାମୀ ଓ ସ୍ତ୍ରୀଙ୍କୁ ଆକ୍ରମଣ କଲେ ପଡ଼ୋଶୀ

ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ଡଙ୍ଗାପାଳ ଗ୍ରାମର ସ୍ୱାମୀ ଓ ସ୍ତ୍ରୀ ଶୋଇଥିଲା ବେଳେ ପୂର୍ବଶତ୍ରୁତାକୁ କେନ୍ଦ୍ର କରି ପଡ଼ୋଶୀ ପରିବାର ସଂଘବଦ୍ଧ ଭାବେ ଆକ୍ରମଣ କରିଥିବାର ଖବର ମିଳିଛି। ଗୁରୁତର ଅବସ୍ଥାରେ ଉଭୟେ ଛେଣ୍ଡିପଦା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତି ୧୧ ଟାରେ ଗୋପାଳ ନାଏକ(୪୫) ଓ ତାଙ୍କ ପତ୍ନୀ ଚାରୁ(୪୧) ଖାଇପିଇ ଶୋଇବାକୁ ଯାଉଥିଲେ। ଏହି ସମୟରେ ପଡ଼ୋଶୀ ଟିହାଁ ନାଏକ(୨୧), ତାଙ୍କ ବାପା ପୁନିଆ ନାଏକ(୪୦), ଅଜା ମୁଳିଆ ନାଏକ(୫୯), ସମ୍ପର୍କୀୟ ସଚି ନାଏକ(୪୮)ଓ ତାଙ୍କ ପୁଅ ସୁମନ୍ତ ସଂଘବଦ୍ଧ ଭାବେ ଟାଙ୍ଗିଆ ଓ ଠେଙ୍ଗା ଧରି ଗାଳିଗୁଲଜ ସହିତ ଗୋପାଳ ଓ ଚାରୁଙ୍କୁ ଆକ୍ରମଣ କରିଥିଲେ। ଘଟଣାରେ ଗୁରୁତର ଆହତ ହୋଇ ଛେଣ୍ଡିପଦା ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ଗୋପାଳ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ