ଭୁବନେଶ୍ବର: କଟକ ଓ ଭୁବନେଶ୍ବରରେ ମିଳିତ ଭାବେ ଚାଲିଥିବା ପୂର୍ବାଞ୍ଚଳ ଅନ୍ତଃବିଶ୍ବବିଦ୍ୟାଳୟ କ୍ରିକେଟ୍ (ପୁରୁଷ) ପ୍ରତିଯୋଗିତାରେ କିଟ୍ ବିଶ୍ବବିଦ୍ୟାଳୟ ହ୍ୟାଟ୍ରିକ୍ ବିଜୟ ହାସଲ କରିଛି। ମଙ୍ଗଳବାର କିଟ୍ କ୍ରିକେଟ୍ ଷ୍ଟାଡିୟମ୍ରେ ଏହି ଦଳ ଅୱଧେଶ ପ୍ରତାପ ବିଶ୍ବବିଦ୍ୟାଳୟ (ରେୱା)କୁ ୩ ରନ୍ରେ ପରାସ୍ତ କରି କମାଗତ ତୃତୀୟ ବିଜୟ ହାସଲ କରିଥିଲା। କିଟ୍ ୨୫ ଓଭରରେ ୧୫୫/୭ କରିବା ପର ରେୱା ପାଳିକୁ ୨୪.୫ ଓଭରରେ ୧୫୨ ରନ୍ରେ ସଫା କରିଦେଇଥିଲା। ଏହି ଷ୍ଟାଡିୟମ୍ରେ ଖେଳାଯାଇଥିବା ଅନ୍ୟ ଏକ ମ୍ୟାଚ୍ରେ ଉତ୍ତର ପ୍ରଦେଶର ବୀର ବାହାଦୁର ସିଂହ ପୂର୍ବାଞ୍ଚଳ ବିଶ୍ବବିଦ୍ୟାଳୟ ୧୧୫ ରନ୍ରେ ପଣ୍ଡିତ ରବିଶଙ୍କର ଶୁକ୍ଳା ବିଶ୍ବବିଦ୍ୟାଳୟ (ରାୟପୁର)କୁ ପରାସ୍ତ କରିଥିଲା। କଟକର ରେଭେନ୍ସା ଗ୍ରାଉଣ୍ଡରେ ଖେଳାଯାଇଥିବା ଦୁଇଟି ମ୍ୟାଚ୍ରେ ବର୍ଦ୍ଧମାନ ବିଶ୍ବବିଦ୍ୟାଳୟ ୩୩ ରନ୍ରେ ରେଭେନ୍ସା ବିଶ୍ବବିଦ୍ୟାଳୟକୁ ଏବଂ ବନାରସ ହିନ୍ଦୁ ବିଶ୍ବବିଦ୍ୟାଳୟ (ବାରଣାସୀ) ୩୦ ରନ୍ରେ ମହାତ୍ମା ଗାନ୍ଧୀ କାଶୀ ବିଦ୍ୟାପୀଠ (ବାରଣାସୀ)କୁ ପରାସ୍ତ କରିଥିଲା।
Trending
- ମୁଖ୍ୟମନ୍ତ୍ରୀ ରହିବେ କେଜ୍ରିୱାଲ: ପଦବୀରୁ ହଟାଇବା ଆବେଦନ ଖାରଜ କଲେ ହାଇକୋର୍ଟ
- ନ୍ୟାୟପାଳିକା ଉପରେ ଚାପ ପ୍ରୟୋଗ କରାଯାଉଛି, ହେଉଛି ବେଞ୍ଚ ଫିକ୍ସିଂ: ୬୦୦ରୁ ଅଧିକ ଆଇନଜୀବୀ ସିଜେଆଇଙ୍କୁ ଲେଖିଲେ ଚିଠି
- ବରୁଣଙ୍କ ଭାବପ୍ରବଣ ଚିଠି: ଶେଷ ନିଃଶ୍ବାସ ପର୍ଯ୍ୟନ୍ତ ପିଲଭିତ୍ ସହିତ ତୁଟିବନି ମୋ ସମ୍ପର୍କ
- ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା: ଭର୍ତ୍ତୃହରି-ସିଦ୍ଧାନ୍ତ-ଦମୟନ୍ତୀ ବିଜେପିରେ ଯୋଗ ଦେଇପାରନ୍ତି
- ରାଜଧାନୀରେ ବନ୍ଧୁକ ମାଫିଆ: ନିର୍ବାଚନ ବେଳେ ସୁପାରି କିଲର ସକ୍ରିୟ
- ପୁଲିସ କର୍ମଚାରୀଙ୍କ ଶବ ପାଇଁ ଟଣାଓଟରା: ଦୁଇ ପତ୍ନୀ, ମା’ ମୁହାଁମୁହିଁ; ଶେଷରେ ଶବ ନେଲେ ମା’
- ରାଜନୈତିକ ଶତ୍ରୁତାରୁ ହୋଲିରେ ଗୋଷ୍ଠୀ ସଂଘର୍ଷ: ସରପଞ୍ଚଙ୍କ ସ୍ବାମୀ, ଦିଅରଙ୍କ ସହ ୧୦ ଆହତ
- କନ୍ଧମାଳ ଲୋକସଭା ଆସନରୁ ପୁଣି ଅଚ୍ୟୁତ: ଘୁ.ଉଦୟଗିରିରୁ ସାଲୁଗା
Friday, March 29