ଅପରାଧ ରାଜ୍ୟ

ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଛୁରାମାଡ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ପୁରୁଷୋତ୍ତମପୁର ୯।୮: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଛୁରାମାଡ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ମେରୁବନ୍ଧ ସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଛୁରାମାଡରେ ଅନିରୁଦ୍ଧ ନାୟକ ନାମକ ଯୁବକ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ଅନିରୁଦ୍ଧ ଖାଇସାରି ଘର ବାହାରେ ବୁଲୁଥିବା ସମୟରେ ସେହି ସାହିର ସାଗର ମାଝୀ ନାମକ ଯୁବକ ଏକ ଅଟୋରେ ଲୁଚି ରହିଥିଲେ । ସୁଯୋଗ ଦେଖି ସେ ଅନିରୁଦ୍ଧଙ୍କ ଉପରକୁ ଅତର୍କିତ ଭାବେ ଛୁରୀରେ ଆକ୍ରମଣ କରିଥିଲେ । ଅନିରୁଦ୍ଧ ଏହାର ପ୍ରତିବାଦ କରିବାରୁ ଯୁବକ ଜଣଙ୍କ ପୁନର୍ବାର ଛୁରୀରେ ଆକ୍ରମଣ କରିଥିଲା । ଫଳରେ ଅନିରୁଦ୍ଧଙ୍କ ପେଟରେ ଆଘାତ ଲାଗିଥିଲା । ତାଙ୍କୁ ଚିକିତ୍ସା ନିମନ୍ତେ ପ୍ରଥମେ କବିସୂର୍ଯ୍ୟନଗର ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଡାକ୍ତର ବ୍ରହ୍ମପୁର ମେଡିକାଲକୁ ପଠାଇ ଦେଇଥିବା ଜଣାପଡିଛି ।

ଉଭୟଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ରହିଥିଲା । ତେଣୁ ଏହି ମରଣାନ୍ତକ ଆକ୍ରମଣ ପୂର୍ବ ଶତ୍ରୁତାକୁ ନେଇ ହୋଇଥିବା ଆଲୋଚନା ହେଉଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।