ଅପରାଧ ରାଜ୍ୟ

ପୋଖରୀରୁ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର, ୨ ଦିନ ପୂର୍ବରୁ ଥିଲେ ନିଖୋଜ

ଖୋର୍ଦ୍ଧା ୩।୬: ଖୋର୍ଦ୍ଧା କାହ୍ନୁସାଗର ପୋଖରୀରୁ ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ଉଦ୍ଧାର ମୃତଦେହ ନୟାଗଡ ଜିଲ୍ଲା ରାଜସୁନାଖଳା ଅଞ୍ଚଳର ଗଣେଶ୍ଵର ସାହୁଙ୍କର ବୋଲି ଜଣାପଡିଛି । ମୃତକ ଖୋର୍ଦ୍ଧାର ଏକ ଫୁଲ ଦୋକାନରେ ରହି କାମ କରୁଥିଲେ । ଗଣେଶ୍ବର ଦୁଇ ଦିନ ପୂର୍ବରୁ ନିଖୋଜ ଥିଲେ । ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଏକ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠାଇଛି । ଯୁବକଙ୍କ ମୃତ୍ୟୁର କାରଣ ଖୋଜିବା ପାଇଁ ଆଦର୍ଶ ଥାନା ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।