ଅପରାଧ ରାଜ୍ୟ

ପୋଖରୀରେ ମୃତଦେହ ଉଦ୍ଧାର, ଗୁରୁବାର ଗାଧୋଇବାକୁ ଯାଇ ଘରକୁ ଫେରିନଥିଲେ

ପାଟଣା ୧୪/୦୫: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ମହିଁଶାମୁଣ୍ଡି ଗାଁ ନିକଟସ୍ଥ ହାତିବାରୀ ସାହି ବନ୍ଧକୁ ଗାଧେଇବାକୁ ଯାଇ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଉକ୍ତ ଗ୍ରାମର ଲମ୍ବୋଦର ନାଏକ । ସେ ଗତ ଗୁରୁବାର ଅପରାହ୍ନରେ ଗାଧେଇବାକୁ ଯାଇ ଆଉ ଘରକୁ ଫେରିନଥିଲେ ।

ଘର ଲୋକେ ଖୋଜାଖୋଜି କରିବାରୁ ବନ୍ଧରେ ଭାସୁଥିବା ଅବସ୍ଥାରେ ଦେଖିବାକୁ ପାଇଥିଲେ । ସ୍ଥାନୀୟ ଲୋକେ ପାଟଣା ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ଅଗ୍ନିଶମ ବାହିନୀ ପହଁଞ୍ଚି ମୃତଦେହକୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଭର୍ତ୍ତି କରିଛନ୍ତି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।