ଅପରାଧ ରାଜ୍ୟ

ପୋଡି ହୋଇ ମହିଳା ଗୁରୁତର, ବାପଘରକୁ ନେଲାନି ବୋଲି ଶରୀରରେ ଲଗାଇଲେ ନିଆଁ

ଉଦଳା ୧୯/୦୯: ନିଜ ବାପ ଘରକୁ ଯିବା ନିମନ୍ତେ ସ୍ୱାମୀଙ୍କୁ କହିଲେ । ପାଖରେ ଟଙ୍କା ନ ଥିବାରୁ ପରବର୍ତ୍ତୀ ସମୟରେ ଯିବା ବୋଲି କହିଥିଲେ ସ୍ୱାମୀ । ଏତିକିରେ ମାନିଲାନି ସ୍ତ୍ରୀଙ୍କ ମନ । ରାଗିଯାଇ ନିଜେ ଦେହରେ କିରୋସିନି ଢାଳି ନିଆଁ ଲଗାଇ ହେଲେ ମହିଳା । ଆଉ ଏବେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ହୋଇଛନ୍ତି ଭର୍ତ୍ତି ହୋଇଛନ୍ତି ।

କପ୍ତିପଦା ଥାନା ତେନ୍ତୁଳିବାଡ଼ି ଗ୍ରାମରେ ଘଟିଛି ଏଭଳି ଘଟଣା । ଗ୍ରାମର ମୁନା ସିଂଙ୍କ ସ୍ତ୍ରୀ ଚନ୍ଦ୍ରମଣି ସିଂ ପୂଜା ଅବସରରେ ନିଜ ବାପ ଘରକୁ ଯିବାକୁ ବାହାରିଥିଲେ । ବାପ ଘରକୁ ଯିବା ନିମନ୍ତେ ସ୍ୱାମୀଙ୍କୁ କହିଥିବା ବେଳେ ଟଙ୍କା ଅଭାବରୁ ପରେ ଯିବା କଥା କହିଥିଲେ ସ୍ୱାମୀ । ଏହା ପରେ ସ୍ୱାମୀ କୌଣସି କାମରେ ଘର ବାହାରକୁ ଚାଲି ଯାଇଥିବା ବେଳେ ଚନ୍ଦ୍ରମଣି ନିଜ ଦେହରେ କିରୋସିନି ଢାଳି ହୋଇ ନିଆଁ ଲଗାଇଦେଇଥିଲେ ।

ନିଆଁରେ ପୋଡି ହୋଇ ଚିତ୍କାର କରିବାରୁ ଏବଂ ଘର ଭିତରୁ ଧୂଆଁ ବାହାରିବା ଦେଖି ପରିବାର ଲୋକେ ଘର କବାଟ ଭାଙ୍ଗି ଚନ୍ଦ୍ରମଣିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେତେବେଳକୁ ତାଙ୍କ ଶରୀରର ପାଖାପାଖି ୭୦ପ୍ରତିଶତ ପୋଡି ଯାଇଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ରହିଛି । ସାମାନ୍ୟ କଥାରୁ ଏଭଳି ଏକ ଅଘଟଣ ଘଟିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।