ରାଜ୍ୟ ସ୍ପେଶାଲ ରିପୋର୍ଟ

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ , ୪୮, ୭୮୩ ଜଣ ପାଇଲେ ରାଙ୍କ

ଭୁବନେଶ୍ୱର: ବିଭିନ୍ନ ବୈଷୟିକ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ଶୁକ୍ରବାର ପ୍ରକାଶ ପାଇଛି। ପୂର୍ବାହ୍ନ ୧୧ଟାରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଏହାପରେ ଛାତ୍ରଛାତ୍ରୀ ସେମାନଙ୍କ ପରୀକ୍ଷା ଫଳ ସମ୍ପର୍କରେ ଜାଣିପାରିବେ। ଏସ୍‌ସିଟିଇ ଆଣ୍ଡ ଭିଟି କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷା ଫଳ ଉନ୍ମୋଚନ କାର୍ଯ୍ୟକ୍ରମରେ ବିଭାଗୀୟ ସଚିବ ଉଷା ପାଢ଼ୀଙ୍କ ସମେତ ଓଜେଇଇର ଅଧିକାରୀମାନେ ଉପସ୍ଥିତ ରହିଥିଲେ।

ଏଥର ୪୮,୮୧୫ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ମୋଟ୍ ୪୮, ୭୮୩ ଜଣ ରାଙ୍କ ପାଇଛନ୍ତି। ଏମାନେ ୧୨ଟି ବୈଷୟିକ ପାଠ୍ୟକ୍ରମରେ ନାମ ଲେଖାଇପାରିବେ। ଏଥର ବି-ଫାର୍ମାରେ ସୌରଭ କୁମାର ପତି, ଏମବିଏରେ ସତ୍ୟଜିତ ସାହୁ, ଏମସିଏରେ ଅପୂର୍ବ ନାୟକ ଟପ୍ପର ହୋଇଥିବା ଜଣାଯାଇଛି।  ଏହାଛଡ଼ା ଯେଉଁମାନେ ଉପଯୁକ୍ତ ରାଙ୍କ ପାଇ ନଥିବେ ସେମାନେ ଚାହିଁଲେ ସ୍ପେଶାଲ୍ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ରେ ପୁଣି ଆବେଦନ କରିପାରିବେ। ଏଣେ ନାମଲେଖା ଲାଗି କାଉନସେଲିଂ ଆରମ୍ଭ ହେବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।