ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ: କଳାରେ ପାସ୍ ହାର ୯୮.୫୮ %

ଭୁବନେଶ୍ବର: ଆଜି ଦିନ ଗୋଟାଏ ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ପ୍ରକାଶ ପାଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା କରିଛନ୍ତି। ଏବର୍ଷ ଯୁକ୍ତ ୨ କଳାର ରେଗୁଲାରରେ ୯୮.୫୮ % ରେଗୁଲାର୍ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ମାତ୍ର ୯୫ ଜଣ ୯୦% ଉପରେ ଅଛନ୍ତି। କଳାରେ ୧ ଲକ୍ଷ ୮୬ ହଜାର ୬୮୫ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ୩୦ ହଜାର ୬୮୫ ଜଣ ପରୀକ୍ଷାର୍ଥୀ । ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ୪୬ ହାଜର ୫୬୩ ଏବଂ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ୧ ଲକ୍ଷ ୧୯ ହଜାର ୫୦୫ ଜଣ ପରୀକ୍ଷାର୍ଥୀ । ଏହାଛଡ଼ା କମ୍ପାର୍ଟମେଣ୍ଟାଲରେ ୨୦୬ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥର ଛାତ୍ରୀମାନେ ଛାତ୍ରମାନଙ୍କୁ ପଛରେ ପକାଇଛନ୍ତି।

ସୂଚନାଯୋଗ୍ୟ, ଏଥର ଯୁକ୍ତ ଦୁଇ କଳାରେ ମୋଟ୍ ୨, ୨୦,୦୮୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏମାନଙ୍ଠିକ ଭିତରୁ ୧, ୮୯,୩୬୩ଜଣ ରେଗୁଲାର୍, ୨୬,୧୮୯ ଜଣ ଓ କରୋସ୍ପଣ୍ଡେନ୍ସ କୋର୍ସରେ ୪, ୫୨୯ଜଣ ପରୀକ୍ଷାର୍ଥୀ ଥିଲେ।

ସେହିପରି ଯୁକ୍ତ ଦୁଇ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ପାସ୍ ହାର ୯୯.୧୬ ପ୍ରତିଶତ ରହିଛି।

ପରୀକ୍ଷାର୍ଥୀ ଯଦି ମାର୍କରେ ଅସନ୍ତୁଷ୍ଟ ଥାନ୍ତି, ତେବେ ଅଫଲାଇନରେ ପରୀକ୍ଷା ଦେଇପାରିବେ। ଏନେଇ ଆଗାମୀ ୨୧ ତାରିଖ ସୁଦ୍ଧା ଅଫଲାଇନରେ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି