ରାଜ୍ୟ ସ୍ପେଶାଲ ରିପୋର୍ଟ

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ନେଇ ସତର୍କ ସୂଚନା: କଟକକୁ ରେଡ୍ ଓ ଭୁବନେଶ୍ବରକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କଟକକୁ ରେଡ୍ ଆଲର୍ଟ ଜାରି ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ବର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ବାଲେଶ୍ୱର ସର୍ବାଧିକ ତାପମାତ୍ରା ୪୧.୪ ଡିଗ୍ରି ସେଲସିଅସ୍ ରେକର୍ଡ କରାଯାଇଛି । ସେହିପରି କେନ୍ଦୁଝରରେ ୪୧ ଡିଗ୍ରି , ଭୁବନେଶ୍ୱରରେ ୪୦.୪, ଝାରସୁଗୁଡ଼ାରେ ୩୯.୮, ହୀରାକୁଦରେ ଓ ରାଉରକେଲାରେ ୩୯ ଏବଂ ସମ୍ବଲପୁରରେ ୩୮.୬ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଏଣେ ଚାନ୍ଦବାଲିରେ ୩୮.୨ ଡିଗ୍ରି, ପୁରୀରେ ୩୩.୮, ଗୋପାଳପୁରରେ ୩୩.୨ ଓ ପାରାଦୀପରେ ୩୩ ଡିଗ୍ରି ତାପମାତ୍ରା ଥିବା ଜଣାଯାଇଛି।

ମେ ୧ ତାରିଖ ପର୍ଯ୍ୟନ୍ତ ପାଗରେ ହେବନି ବିଶେଷ ପରିବର୍ତ୍ତନ। ଜାରି ରହିବ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି। ମେ ୨ ରୁ ୪ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ରହିବ ସାମୁଦ୍ରିକ ଝଡ଼ର ପ୍ରଭାବ। ଯାହା ପ୍ରଭାବରେ ଉପକୂଳରେ ତାପମାତ୍ରା ୨ରୁ ୩ ଡିଗ୍ରି ଖସିବା ସହ ଆର୍ଦ୍ରତା ପ୍ରଭାବରେ ଲାଗି ରହିବ ଗୁଳୁଗୁଳି। ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ସାମୁଦ୍ରିକ ଝଡ଼ର ପ୍ରଭାବ ହେଲେ ବି ରାଜ୍ୟରେ ଉଷ୍ମ ଦିନ ଅନୁଭୂତ ହେବ। ଏଭଳି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ  ଉମାଶଙ୍କର ଦାସ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।