ରାଜ୍ୟ

ପ୍ରଚାରର ଶେଷଦିନରେ ଭଦ୍ରକରେ ନବୀନଙ୍କ ପ୍ରଚାର, ବାଲେଶ୍ବରରେ ପ୍ରଚାର କରିବେ ପାଣ୍ଡିଆନ

ଭୁବନେଶ୍ବର: ଦେଶର ସପ୍ତମ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ସରୁଛି। ଏନେଇ ରାଜ୍ୟରେ ବିଜେଡି, ବିଜେପି, କଂଗ୍ରେସ ସମେତ ସମସ୍ତ ପ୍ରମୁଖ ଦଳର ଷ୍ଟାର ପ୍ରଚାରକ ନେତାମାନେ ମାରାଥନ ପ୍ରଚାର ଜାରି ରଖିଛନ୍ତି।

ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିଭିନ୍ନ ସ୍ଥାନରେ ମାରାଥନ ପ୍ରଚାର କରିବ । ସେ ଭଦ୍ରକର ଚାନ୍ଦବାଲିରେ ବିଶାଳ ସଭାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ। ବିଜେଡି ନେତା ଭିକେ ପାଣ୍ଡିଆନ ବାଲେଶ୍ୱରରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।

ଚତୁର୍ଥ ପର୍ଯ୍ୟାୟରେ ଓଡିଶାର ୬ ଲୋକସଭା ଆସନ ଓ ସେହି ସଂସଦୀୟ କ୍ଷେତ୍ର ଅଧିନରେ ଥିବା ୪୨ ବିଧନାସଭା ଆସନରେ ଜୁନ୍ ୧ ତାରିଖ ଶନିବାର ଦିନ ଭୋଟ ଗ୍ରହଣ ହେବ । ସେହିପରି ଦେଶର ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୭ଟି ଲୋକସଭା ଆସନରେ ଭୋଟର ନିଜର ସାମ୍ବିଧାନିକ ମତଦାନ ଅଧିକାର ସାବ୍ୟସ୍ତ କରିବେ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।