ଲାଇଫ୍ ଷ୍ଟାଇଲ ସ୍ୱାସ୍ଥ୍ୟ

ପ୍ରତିଦିନ ପୋଇ ଖାଇ ଶରୀରକୁ ଏହି ସବୁ ସମସ୍ୟାରୁ ଦୂରରେ ରଖନ୍ତୁ

ପୋଇ ଖାଇବା ଶରୀର ପାଇଁ ଲାଭଦାୟକ ହୋଇଥାଏ । ଏହାକୁ ଲୋକମାନେ ସାଲାଡ୍‌, ତରକାରୀ ବା ସୁପ୍‌ କରି ପିିଇବାକୁ ପସନ୍ଦ କରିଥାନ୍ତି । ଭିଟାମିନ୍‌, କ୍ୟାଲୋରୀ,ପ୍ରୋଟିନ୍‌,କାର୍ବୋହାଇଡ୍ରେଟ୍‌,ଫ୍ୟାଟ୍‌,ଫାଇବର ଏବଂ ଆଇରନରେ ଭରପୂର ଥିବା ପୋଇ ଶରୀରର ଅନେକ ସମସ୍ୟାକୁ ଦୂର କରିଥାଏ । ପ୍ରତିଦିନ ଏହାକୁ ଖାଇବା ଦ୍ୱାରା ଶରୀରରେ ରକ୍ତର ଅଭାବ ଦୂର ହୋଇଥାଏ । ଏବେ ଆସନ୍ତୁ ଜାଣିବା ଏଥିରୁ ଶରୀରକୁ ମିଳୁଥିବା ଅନେକ ଫାଇଦା ବିଷୟରେ..

୧.କିଛି ଲୋକ ପୋଇକୁ କେବଳ ଶରୀରରେ ହେମୋଗ୍ଲୋବିନ୍‌ ବଢ଼ାଇବା ପାଇଁ ବ୍ୟବହାର କରାଯାଏ ବୋଲି ଭାବିଥାନ୍ତି । କିନ୍ତୁ ଏଥିରେ ଅନେକ ପ୍ରକାରର ଉପକାରୀ ଗୁଣ ରହିଛି । ଏହା ହେମୋଗ୍ଲୋବିନ୍‌ ବଢ଼ାଇବା ସହ ହୃଦୟକୁ ମଧ୍ୟ ସୁସ୍ଥ ରଖିଥାଏ । ପୋଇ ଆନେମିଆ ରୋଗୀଙ୍କ ପାଇଁ ଔଷଧଠାରୁ ଅଧିକ ଲାଭଦାୟକ ହୋଇଥାଏ ।

୨.ପୋଇ ଶରୀର ସହ କେଶ ପାଇଁ ଲାଭଦାୟକ ହୋଇଥାଏ । ଯେଉଁମାନଙ୍କର କେଶ ଝଡ଼ିବାର ସମସ୍ୟା ରହିଛି, ସେମାନେ ପୋଇକୁ ନିଜ ଖାଦ୍ୟରେ ସାମିଲ କରିବା ଉଚିତ୍‌, ଯାହା ଶରୀରରେ ଆଇରନ୍‌ର ଅଭାବକୁ ଦୂର କରି କେଶ ଝଡ଼ିବା ରୋକିଥାଏ ।

୩. ପୋଇ ତ୍ୱଚାର ଅନେକ ସମସ୍ୟା ଦୂର କରିଥାଏ । ଚର୍ମ ଲୋଚାକୋଚା ହୋଇ ଯାଇଥିଲେ,ପୋଇ ଏବଂ ଲେମ୍ବୁ ରସରେ କିଛି ବୁନ୍ଦା ଗ୍ଲିସେରିନ୍‌ ମିଶାଇ ରାତିରେ ଶୋଇବା ପୂର୍ବରୁ ଲଗାନ୍ତୁ । ଧିରେ ଧିରେ ତ୍ୱଚାଜନିତ ସମସ୍ତ ସମସ୍ୟା ଦୂର ହୋଇଯିବ ।

୪.ପୋଇରେ ଫଲିକ୍‌ ଏସିଡ୍‌ ଏବଂ କ୍ୟାଲସିୟମ ଅଧିକ ମାତ୍ରାରେ ରହିଥାଏ । ଯଦି ଆପଣଙ୍କର ପାଇରିୟା ସମସ୍ୟା ରହିଛି, ତେବେ କଞ୍ଚା ପୋଇର ପତ୍ର ଚୋବାଇବା ଆରମ୍ଭ କରନ୍ତୁ ।

୫. ପୋଇ ରସରେ ଗାଜର ରସ ମିଶାଇ ପିଇବା ଦ୍ୱାରା ପେଟର ଚର୍ବି କମ ହୋଇଥାଏ । ଯଦି ଆପଣ ମୋଟାପଣ ସମସ୍ୟା ଦେଇ ଗତି କରୁଛନ୍ତି, ତେବେ ପୋଇ ରସ ସହ ଗାଜର ବା ଲେମ୍ବୁ ରସ ମିଶାଇ ପିଇ ପାରିବେ ।

NewsLaxmi7

About Author

You may also like

ଲାଇଫ୍ ଷ୍ଟାଇଲ

ଭାତ ଖାଇ ଓଜନ ହ୍ରାସ କରନ୍ତୁ

ଆଜିକାଲି ଓଜନ ବଢିବା ଏକ ମୁଖ୍ୟ ସମସ୍ୟା ଭାବେ ଦେଖାଯାଉଛି । କେବଳ ବୟସ୍କ ବ୍ୟକ୍ତି ନୁହଁନ୍ତି ଅନେକ୍ କମ୍ ବୟସର ପିଲାଙ୍କ କ୍ଷେତ୍ରରେ ମଧ୍ୟ ଏହି
ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ