ରାଜ୍ୟ ସ୍ପେଶାଲ ରିପୋର୍ଟ

ଫେବ୍ରୁଆରି ୧୫ ସୁଦ୍ଧା ନୂତନ ଗ୍ରାମର ପ୍ରସ୍ତାବ ଦେବେ ଜିଲ୍ଲାପାଳ

ଭୁବନେଶ୍ବର : ରାଜସ୍ବ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ପଡ଼ା ଗ୍ରାମରେ ୨୫୦ରୁ କମ୍‌ ଲୋକ ଥିଲେ ରାଜସ୍ବ ଗ୍ରାମ ଓ ପଡ଼ା ଗ୍ରାମ ମଧ୍ୟରେ ଗମନାଗମନରେ କୌଣସି ପ୍ରାକୃତିକ ପ୍ରତିବନ୍ଧକ ଥିଲେ ପଡ଼ା ଗ୍ରାମକୁ ରାଜସ୍ବ ଗ୍ରାମ ଘୋଷଣା ପାଇଁ ବିଚାର କରାଯାଇପାରିବ। ସେହିପରି ପଡ଼ା ଗ୍ରାମଟି ରାଜସ୍ବ ଗ୍ରାମର ୫୦୦ମିଟର ଦୂରତା ମଧ୍ୟରେ ଥିଲେ ମଧ୍ୟ ପଡ଼ା ଗ୍ରାମର ଲୋକସଂଖ୍ୟା ୩୦୦ରୁ ଅଧିକ ହେଲେ ସେହି ପଡ଼ା ଗ୍ରାମକୁ ରାଜସ୍ବ ଗ୍ରାମ କରିବା ପାଇଁ ଜିଲ୍ଲାପାଳ ପ୍ରସ୍ତାବ ପଠାଇପାରିବେ। ପଡ଼ା ଗ୍ରାମର ଲୋକସଂଖ୍ୟା ୨୫୦ରୁ ଅଧିକ ହୋଇ ରାଜସ୍ବ ଗ୍ରାମରୁ ଦୂରତା ୫୦୦ମିଟରରୁ ଅଧିକ ହେଲେ ସେହି ପଡ଼ା ଗ୍ରାମ ମଧ୍ୟ ରାଜସ୍ବ ଗ୍ରାମ ହୋଇପାରିବ। ପଡ଼ା ଗ୍ରାମ ରାଜସ୍ବ ଗ୍ରାମ ହେଲେ ପରେ ମଧ୍ୟ ପଡ଼ା ଗ୍ରାମର ବାସିନ୍ଦାମାନେ ଆବଶ୍ୟକ ସ୍ଥଳେ ପୁରୁଣା ରାଜସ୍ବ ଗ୍ରାମର ଗୋଚର ଓ ସର୍ବସାଧାରଣ ଜାଗା ତଥା ଶ୍ମଶାନ ଆଦି ବ୍ୟବହାର କରିପାରିବେ।

ଜିଲ୍ଲାପାଳମାନେ ଏହିପରି ନୂତନ ଗ୍ରାମର ପ୍ରସ୍ତାବ ଫେବ୍ରୁଆରି ୧୫ତାରିଖ ସୁଦ୍ଧା ଭୁ-ଅଭିଲେଖ ଓ ସର୍ବେକ୍ଷଣ ସଂସ୍ଥାର ନିର୍ଦ୍ଦେଶକଙ୍କ ନିକଟକୁ ପଠାଇବା ପାଇଁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ନୂତନ ଭାବେ ସୃଷ୍ଟି ହୋଇଥିବା ଗ୍ରାମରେ ଥିବା ଜମିଜମା ସମ୍ବନ୍ଧୀୟ ଦସ୍ତାବିଜ ତୁରନ୍ତ ଭୂଲେଖ ପୋର୍ଟାଲରେ ଅପ୍‌ ଟୁ ଡେଟ୍ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଲୋକମାନେ ଯେପରି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନଆସି ଉଭୟ ସମୟ ଓ ଅର୍ଥର ଅପଚୟ ନକରି ଇ-ପାଉତି ମାଧ୍ୟମରେ ଖଜଣା ଦେଇପାରିବେ ସେ ଦିଗରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ‌ଦିଆଯାଇଛି। ଆଜି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ପଡ଼ା ଗ୍ରାମରୁ ନୂତନ ଗ୍ରାମ, ନୂଆ ରାଜସ୍ବ ନିରକ୍ଷକଙ୍କ କାର୍ଯ୍ୟାଳୟ ଓ ମୋ ସରକାର ଅନ୍ତର୍ଗତ ସମସ୍ତ ସେବା ପ୍ରଦାନ ସମ୍ବନ୍ଧରେ ବସିଥିବା ସମୀକ୍ଷା ‌ବୈଠକରେ ଏହି ସବୁ ନିଷ୍ପତ୍ତି ନିଆଯାଇଛି।

ସେହିପରି ଏହି ବୈଠକରେ ନିଷ୍ପତ୍ତି ହୋଇଛି ଯେ,ନୂତନ ଭାବେ ଯୋଗ୍ୟ ବିବେଚିତ ହୋଇଥିବା ସହାୟକ ରାଜସ୍ବ ନିରୀକ୍ଷକ ଓ ଅମିନମାନଙ୍କୁ ଜିଲ୍ଲାପାଳମାନେ ଡିସେମ୍ବର ୨୦ତାରିଖ ମଧ୍ୟରେ ନିଯୁକ୍ତିପତ୍ର ଦେବେ। ସମସ୍ତ ରାଜସ୍ବ ଆୟୁକ୍ତ ଓ ଜିଲ୍ଲାପାଳମାନଙ୍କୁ ପ୍ରତ୍ୟେକ ଦିନ ମୋ ସରକାର ମାଧ୍ୟମରେ ଲୋକଙ୍କ ସହ କଥା ହୋଇ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବେ। ଲୋକଙ୍କଠୁ ଉତ୍କୋଚ ନେଲେ, ଲୋକଙ୍କୁ ଖରାପ ବ୍ୟବହାର କଲେ ଓ କାର୍ଯ୍ୟରେ ଅବହେଳା କଲେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବା ପାଇଁ ମନ୍ତ୍ରୀ ଓ ଅତିରିକ୍ତ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

ଏହି ସମୀକ୍ଷା ‌ବୈଠକରେ ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ, ସମସ୍ତ ଡିଭିଜନର ଡିଭିଜନର ରାଜସ୍ବ ଆୟୁକ୍ତ, ବିଭାଗର ବରିଷ୍ଠ ଅଧିକାରୀ, ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳମାନେ ଯୋଗଦେଇଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।