ରାଜ୍ୟ ସ୍ପେଶାଲ ରିପୋର୍ଟ

ଫେବ୍ରୁ୍ଆରିରୁ ତାତିଲାଣି, ତାପମାତ୍ରା ୩୯ଂ ଡେଇଁଯିବ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଫେବ୍ରୁ୍ଆରିରୁ ତାତିଲାଣି ସାରା ରାଜ୍ୟ। ଉପକୂଳରୁ ପଶ୍ଚିମ ହେଉ କି ଅଭ୍ୟନ୍ତରୀଣ ଓଡ଼ିଶା, ସବୁଠି ପାରଦ ଉପରମୁହାଁ। ମଙ୍ଗଳବାର ଦିନ ଭୁବନେଶ୍ବରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୮ ଡିଗ୍ରି ଛୁଇଁଥିବା ବେଳେ ବୁଧବାର ଦିନ ସୋନପୁର ତାକୁ ଟପିଯାଇଛି। ଏଠାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୮.୩ ଡିଗ୍ରି ରେକର୍ଡ ହୋଇଛି। ସେହିଭଳି ତାଳଚେରରେ ୩୮.୨, ନୟାଗଡ଼ରେ ତାପମାତ୍ରା ୩୮ ଛୁଇଁଛି। ଭୁବନେଶ୍ବରରେ ୩୭.୯, ଢେଙ୍କାନାଳରେ ୩୭.୬, ବଲାଙ୍ଗୀର, ବୌଦ୍ଧ ଓ ଟିଟିଲାଗଡ଼ରେ ୩୭.୫, ଝାରସୁଗୁଡ଼ାରେ ୩୭.୪, ଭବାନୀପାଟଣାରେ ୩୭.୨, ଅନୁଗୁଳରେ ୩୭.୧, ବାରିପଦାରେ ୩୭ ଡିଗ୍ରି ସମେତ ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରି ଉପରେ ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବୋଚ୍ଚ ତାପମାତ୍ରା ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ ହେବ। କିଛି ସହରର ତାପମାତ୍ରା ୩୯ ଡିଗ୍ରି ଡେଇଁଯିବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି। ମାତ୍ର ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଉପକୂଳ ଓ ଅଭ୍ୟନ୍ତରୀଣ ଓଡ଼ିଶାର କେ‌ତେକ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମଧରଣର କୁହୁଡ଼ି ପଡ଼ିବ। ବିଶେଷକରି ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ କୁହୁଡ଼ି ହେବ। ୨୪ ଓ ୨୫ ତାରିଖ ପାଇଁ ଉପକୂଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଦିନର ସର୍ବୋଚ୍ଚ ତାପମାତ୍ରା ଭୁବନେଶ୍ବରରେ ୩୮ ଡିଗ୍ରି ଆଖପାଖରେ ରହିବ। କଟକରେ ୩୬ ଡିଗ୍ରି ମଧ୍ୟରେ ରହିବା ନେଇ ପୂର୍ବାନୁମାନ କରାଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।