ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ‘ମାଣ୍ଡସ୍’, ପ୍ରଭାବରେ ତାମିଲନାଡ଼ୁ ପ୍ରାନ୍ତରେ ପ୍ରବଳ ବର୍ଷିବ, ୮ରେ କରି ପାରେ ଲ୍ୟାଣ୍ଡଫଲ୍

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ । ଏହା ପଣ୍ଟିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଲୁଘଚାପ ଓ ପରେ ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ତଥା ଆଇଏମଡି । ୮ତାରିଖ ସୁଧା ତାମିଲନାଡୁ, ପଣ୍ଡିଚେରୀ ଓ ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତି ଅଞ୍ଚଳରେ ସମ୍ଭାବ୍ୟ ବାତ୍ୟା ‘ମାଣ୍ଡସ୍’ ଲ୍ୟାଣ୍ଡଫଲ୍ କରିବା ନେଇ ଜଣାପଡ଼ିଛି । ବାତ୍ୟାକୁ ନେଇ ଭୟ ବଢିବାରେ ଲାଗିଛି ।

ଆଇଏମଡିର ରିପୋର୍ଟ ଅନୁଯାୟୀ, ଦକ୍ଷିଣ ଆଣ୍ଡାମାନ ସାଗାର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା କରି ବଙ୍ଗୋପସାଗରରେ ଲଘୁଚାପ ରୂପ ନେବ । ପରେ ଏହା ବାତ୍ୟା ‘ମାଣ୍ଡସ’ର ରୂପ ନେଇ ଦକ୍ଷିଣ-ପୂର୍ବ ଦିଗରେ ଗତି କରି ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ ପଣ୍ଡିଚେରୀରେ ପ୍ରଭାବ ପକାଇବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଏଚଟି ସୂଚନା ଅନୁଯାୟୀ, ବଙ୍ଗୋପସାଗରେ ସୃଷ୍ଟ ଲଗୁଚାପ ୮ତାରିଖ ସକାଳ ସୁଦ୍ଧା ତାମିଲନାଡୁ ଓ ପଣ୍ଡିଚେରୀର ଉପକୂଳବର୍ତ୍ତି ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରିବ । ସମ୍ଭାବ୍ୟ ବାତ୍ୟା ‘ମାଣ୍ଡସ୍’ ପ୍ରଭାବରେ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୭ତାରିଖ ମଧ୍ୟ ରାତ୍ରୀ ସୁଦ୍ଧା ତାମିଲନାଡ଼ୁ ଓ ପଣ୍ଡିଚେରୀର ଉତ୍ତର ଉପକୂଳର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୯ରେ ବର୍ଷାର ପରିମାଣ ବୃଦ୍ଧି ପାଇ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଇଏମଡି ।
ସମ୍ଭାବ୍ୟ ବାତ୍ୟା ମାଣ୍ଡସ୍ ଯୋଗୁ ପବନର ବେଗ ବଢିବ । ଘଣ୍ଟା ପ୍ରତି ୫୫ରୁ ୬୫ କିଲୋମିଟର ବେଗର ପବନ ବହିବ । ୭ ତାରିଖରେ ଘଣ୍ଟା ପ୍ରତି ୭୫ କିମି ଓ ୮ ତାରିଖରେ ୭୦-୮୦ କିମି ବେଗରେ ପବନ ବହିବ ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ