ରାଜ୍ୟ ସ୍ପେଶାଲ ରିପୋର୍ଟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି | ଉତ୍ତର ପଶ୍ଚିମ ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ଆଗାମୀ ଦୁଇ ଦିନ ମଧ୍ୟରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଯାତ୍ରା କରିବ | ଏହାର ପ୍ରଭାବରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ପାଣିପାଗ ବିଭାଗର ସୂଚନା ମୁତାବକ ଏହାର ପ୍ରଭାବରେ ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼, ବରଗଡ଼, ‌ସୁବର୍ଣ୍ଣପୁର, ବଲାଙ୍ଗୀର, ବରଗଡ଼, କଟକ, ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଜୁଲାଇ ୨୧ରେ ସୁବର୍ଣ୍ଣପୁର, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ, ଜଗତ୍‌ସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ବାକି ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ‌ହେବ।

ଜୁଲାଇ ୨୨ ଓ ୨୩ରେ ମଧ୍ୟ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମି ରହିବାକୁ ଥିବାରୁ ସମସ୍ୟା ଉପୁଜିପାରେ। ଅତିପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳରେ ଠିକ୍‌ ଭାବେ ରାସ୍ତା ଦୃଶ୍ୟମାନ ହେବ ନାହିଁ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୂସ୍ଖଳନ ହୋଇପାରେ। ତେଣୁ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ସାଧାରଣ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।