ଅପରାଧ ରାଜ୍ୟ

ବଡବିଲରେ ଲଜ୍ଜା, ୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

ବଡବିଲ ୦୧।୧୧ : ପୁଣି ଲଜ୍ଜା । ୫ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ । କେନ୍ଦୁଝର ଜିଲ୍ଲା ରୁଗୁଡ଼ି ଥାନା ରୋଇଡ଼ାରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଅଭିଯୁକ୍ତ ଯୁବକକୁ ଅଟକ ରଖି ଅଧିକ ତଦନ୍ତ କରୁଛି ରୁଗୁଡ଼ି ଥାନା ପୋଲିସ୍ ।

ଖବର ଅନୁଯାୟୀ, ସୋମବାର ଅପରାହ୍ନରେ ପୀଡ଼ିତା ଶିଶୁ କନ୍ୟା ଜଣକ ଟିଉସନ୍ ଯାଉଥିଲେ । ଏହି ସମୟରେ ପାଖରେ ରହୁଥିବା ଅଭିଯୁକ୍ତ ସଚିନ ତାକୁ ନିଜ ଘରକୁ ଡାକିନେଇ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ପୀଡ଼ିତା ଶିଶୁକନ୍ୟା ଆହତ ହୋଇଥିବା ଜଣାପଡ଼ିବା ପରେ ସନ୍ଧ୍ୟାରେ ତାଙ୍କୁ ଚିକିତ୍ସା ପାଇଁ ବଡ଼ବିଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ତେବେ ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ଭଲ ରହିଥିବା ଜଣାପଡ଼ିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।