ରାଜ୍ୟ

ବଢ଼ିବ ରାତିର ତାପମାତ୍ରା

ଭୁବନେଶ୍ବର: କୁହୁଡ଼ିରୁ ଏବେ କମିବ ନାହିଁ। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାରେ କୁହୁଡ଼ିର ପ୍ରଭାବ ରହିବ। ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ହେବାକୁ ଥିବାରୁ ରାସ୍ତାଘାଟ ଠିକ୍‌ ଭାବେ ଦୃଶ୍ୟମାନ ହେବ ନାହିଁ। ତେଣୁ ସତର୍କତା ଅବଲମ୍ବନ କରିବାକୁ ଗାଡ଼ି ଚାଳକମାନଙ୍କୁ ପରାମର୍ଶ ଦିଆଯିବା ସହ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୫ ଓ ୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ନ ହେଲେ ଅନ୍ୟ ସବୁଠି ପାଗ ଶୁଖିଲା ରହିବ। ୫ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି କୌଣସି ପରିବର୍ତ୍ତନ ହେବାର ନାହିଁ। ଅଧିକାଂଶ ସ୍ଥାନରେ ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଅନୁଭୂତ ହୋଇଛି। ଖୋର୍ଦ୍ଧା ଓ ନୟାଗଡ଼ରେ ଅତିଘନ କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା ଯଥାକ୍ରମେ ୩୦ ମିଟର ଓ ୪୦ ମିଟର ରହିଥିଲା। ଫୁଲବାଣୀ, ଅନୁଗୁଳ, ସୋନପୁର, ବଲାଙ୍ଗୀର, କଟକ ଓ ଭୁବନେଶ୍ବରରେ ଦୃଶ୍ୟମାନର ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ଥିବା ବେଳେ ଭବାନୀପାଟଣା, ପାରାଦୀପ, କୋରାପୁଟ, କେନ୍ଦୁଝର, ରାଉରକେଲା, ଝାରସୁଗୁଡ଼ା ଓ ପୁରୀରେ ୨୦୦ରୁ ୧୦୦୦ ମିଟର ରହିଥିଲା। କୋରାପୁଟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରି ରହିଥିବା ବେଳେ ଜି ଉଦୟଗିରିରେ ୮.୨, ଦାରିଙ୍ଗବାଡ଼ିରେ ୮.୫, ଫୁଲବାଣୀରେ ୯.୫ ଓ ସିମିଳିଗୁଡ଼ାରେ ୯.୭ ଡିଗ୍ରି ଥିଲା।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସଙ୍କ କହିବାନୁଯାୟୀ ବାୟୁ ଚଳାଚଳରେ ନିଷ୍କ୍ରିୟତା, ନିର୍ମଳ ଆକାଶ ଓ ଜଳୀୟ ବାଷ୍ପର ମାତ୍ରା ଅଧିକ ରହୁଥିବାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି। କେତେକ ଜିଲ୍ଲାରେ ଦୃଶ୍ୟମାନର ଦୂରତା କମ୍‌ ରହିବାକୁ ଥିବାରୁ ଯାତ୍ରାରେ ଅସୁବିଧା ହୋଇପାରେ। ତେଣୁ ସତର୍କ ସୂଚନା ଜାରି କରାଯାଇଛି। ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ସ୍ବାଭାବିକଠାରୁ ଅଧିକ ରହିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।