ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ବଢ଼ୁଛି କରୋନା ସଂକ୍ରମଣ: ରାଜଧାନୀ ଦିଲ୍ଳୀକୁ ଗଡ଼ିବନି ଟ୍ରେନ୍‌, ଉଡ଼ିବନି ବିମାନ !

ମୁମ୍ବାଇ ୨୦/୧୧: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତ ଗତି​‌ରେ ବଢ଼ିଚାଲିଛି। ଦିଲ୍ଲୀକୁ ଲୋକେ ଯିବାକୁ ବି ଭୟ କଲେଣି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ସରକାର ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ମୁମ୍ବାଇରୁ ଦିଲ୍ଲୀ ବିମାନ ଓ ଟ୍ରେନ୍‌ ଚଳାଚଳ ବନ୍ଦ କରିବାକୁ ମହାରାଷ୍ଟ୍ର ସରକାର ବିଚାର କରୁଥିବା ଜଣାପଡ଼ିଛି। ତେବେ ଏହାକୁ ନେଇ ସରକାର ଖୁବଶୀଘ୍ର ନିଷ୍ପତ୍ତି ନେଇପାରନ୍ତି।

ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଦୁଇ ଦିନ ହେଲା ମୁମ୍ବାଇରେ ବି କରୋନା ମାମଲା ବୃଦ୍ଧି ପାଉଛି। ଏନେଇ ଚିନ୍ତିତ ରାଜ୍ୟ ସରକାର ସଂକ୍ରମଣ ଚେନ୍‌ ଭାଙ୍ଗିବା ପାଇଁ ଏଭଳି ନିଷ୍ପତ୍ତି ନେବାକୁ ଯାଉଛନ୍ତି ବୋଲି କୁହାଯାଉଛି। ତେବେ ଗୁରୁବାର ବସିଥିବା ବୈଠକରେ ଏଭଳି ପ୍ରସ୍ତାବକୁ ଗ୍ରୀନ୍‌ ସିଗ୍‌ନାଲ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଏବେ ତମାମ ଏଜେନ୍ସିଗୁଡ଼ିକ ସହ ଆଲୋଚନା ପରେ ଆଦେଶ ଜାରି କରାଯିବ।

ଏହା ବ୍ୟତୀତ ବିଏମସି ମୁମ୍ବାଇର ସମସ୍ତ ସ୍କୁଲ ଡିସେମ୍ବର ୩୧ ଯାଏଁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି। ୨୩ ନଭେମ୍ବରରୁ ନବମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍‌ ଖୋଲିବାକୁ ନିଷ୍ପତ୍ତି ହୋଇଥିଲା। ତେବେ କୋଭିଡର ଦ୍ବିତୀୟ ଳହର ଓ ସାବଧାନତା ଅବଲମ୍ବନ ପାଇଁ ଏହି ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ