ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ବଢୁଛି କରୋନା ମିଟର୍‌: ରାଜ୍ୟରେ ଦିନକ ମଧ୍ୟରେ ପୁଣି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୧ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜ‌ାର ୨୪୬ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୨୬୬ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୦୦୮ ଜଣ ଆକ୍ରାନ୍ତ।

ଦିନକ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୭ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୫ ଜଣ, କଟକରୁ ୨୩ ଜଣ, ଦେଓଗଡ଼ରୁ ୩ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ଜଣେ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୮ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୩ ଜଣ, କୋରାପୁଟ୍‌ରୁ ୨ ଜଣ, ମୟୂରଭଞ୍ଜରୁ ୮ ଜଣ, ନୂଆପଡ଼ାରୁ ୨୭ ଜଣ, ପୁରୀରୁ ୪ ଜଣ, ରାୟଗଡ଼ା‌ରୁ ୨ ଜଣ, ସମ୍ବଲପୁରରୁ ୭ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟ୍‌ପୁଲରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ