ଅପରାଧ ରାଜ୍ୟ

ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ, ୨ ମୃତ

କରଞ୍ଜିଆ ୨୩।୦୫ : ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ଥ । ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଓ ଆନନ୍ଦପୁର ରାସ୍ତା ତରାମରା ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ଶୁକୃଳିରୁ ବରଯାତ୍ରୀ ନେଇ ଗୋଡ଼ଭଙ୍ଗାକୁ ଫେରୁଥିଲା ଗାଡ଼ି । ହେଲେ ଠାକୁରମୁଣ୍ଡା ଓ ଆନନ୍ଦପୁର ରାସ୍ତା ତରାମରା ନିକଟରେ ବୋଲେରୋ ଗାଡିଟି ଭାରସାମ୍ୟ ହରାଇ ଏକ କଲଭର୍ଟରେ ପିଟିହୋଇଯାଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛି । ମୃତକଙ୍କ ନାମ କ୍ଷେତ୍ରବାସୀ ମହାରଣା ଓ କୁଳମଣି ଦାସ ବୋଲି ଜଣାପଡିଛି । ଉଭୟ ମୃତକ ବରର ସଂପର୍କୀୟ ଭାଇ ହେବେ ବୋଲି ଜଣାପଡିଛି । ଠାକୁରମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।