ଅପରାଧ ରାଜ୍ୟ

ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ଗାଁ ଘର ଜଳିଗଲା

ଗରଦପୁର : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପାଟକୁରାର ପୈତୃକ ଗ୍ରାମ ତଳକୁସୁମାଠାରେ ଥିବା ୪ ବଖରା ଚାଳ ଛପର ଘର ନିଆଁ ଲାଗି ଜଳି ଯାଇଛି।

ସୂଚନା ଅନୁଯାୟୀ ସୋମବାର ଦିନ ପ୍ରାୟ ୧୨ଟା ସମୟରେ ଏହି ଅଗ୍ନିକାଣ୍ତ ଘଟିଥିଲା। ଗରଦପୁର ଓ କୋରୁଆର ଅଗ୍ନୀଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ ବି ଘର ସମ୍ପୂର୍ଣ୍ଣ ଜଳି ଯାଇଥିଲା। ଘର ଭିତରେ ଥିବା ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ତେବେ ନିଆଁ କେଉଁ କାରଣରୁ ଲାଗିଛି, ତାହାର କାରଣ ସ୍ପଷ୍ଟ ହୋଇ ପାରି ନାହିଁ। ବିଦ୍ୟୁତ ସର୍ଟି ସର୍କିଟ ଯୋଗୁଁ ନିଆଁ ଲାଗି ଥିବା ଆଶଙ୍କା କରାଯାଉଛି। ଅଗ୍ନିକାଣ୍ଡ ସଂପର୍କରେ ଖବର ପାଇବା ପରେ ଶ୍ରୀ ମହାପାତ୍ର ଗାଁରେ ପହଞ୍ଚିଥିଲେ। ଏହା ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଘଟିଛି ନା ଏହା ପଛରେ ଅନ୍ୟ କିଛି କାରଣ ‌ଅଛି, ତାହା ଅଧିକ ତଦନ୍ତ ହେଲେ ସ୍ପଷ୍ଟ ହେବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।