ମନୋରଞ୍ଜନ ରାଜ୍ୟ

ବର୍ଷା ଅନୁଭବ ପାରିବାରିକ ବିବାଦ ପ୍ରସଙ୍ଗ, ବର୍ଷାଙ୍କ ଆବେଦନର ଶୁଣାଣି କରିବେ ହାଇକୋର୍ଟ

କଟକ ୨୭/୦୫ : ବର୍ଷା ଅନୁଭବ ପାରିବାରିକ ବିବାଦ ପ୍ରସଙ୍ଗ । ଆଜି ବର୍ଷାଙ୍କ ଆବେଦନର ଶୁଣାଣି କରିବେ ହାଇକୋର୍ଟ । ସୋସିଆଲ ମିଡିଆରେ ତାଙ୍କ ସମ୍ମାନ ହାନୀ ହେଉଥିବା ନେଇ ଆପତ୍ତି ଉଠାଇଛନ୍ତି ବର୍ଷା । ଆପତ୍ତିଜନକ ପୋଷ୍ଟ ଉପରେ ଅଙ୍କୁଶ ଲଗାଇବାକୁ ଆବେଦନ କରିଛନ୍ତି ବର୍ଷା ।

ଗତ କିଛି ଦିନ ତଳେ ପୁରିଘାଟ ଥାନାରେ ବର୍ଷା ପ୍ରିୟଦର୍ଶିନୀଙ୍କ ଲିଖିତ ଅଭିଯୋଗ କରିଥିଲେ । ଏତଲାରେ ବର୍ଷା ଅଭିଯୋଗ କରି ଲେଖିଥିଲେ, ଅନୁଭବ ମନଗଢ଼ା ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି । ଯେଉଁଥିରେ ତାଙ୍କୁ ଆକ୍ଷେପ କରି ଅନେକ କିଛି କହିଛନ୍ତି । ତାଙ୍କ ନାରୀତ୍ୱକୁ ଅପମାନ କରିଛନ୍ତି ।

ମିଡିଆ ମାଧ୍ୟମରେ ଚରିତ୍ର ସଂହାର କରି ତାଙ୍କ ବିରୋଧରେ ଷଡଯନ୍ତ୍ର କରୁଛନ୍ତି । ଭିତ୍ତିହୀନ କାହାଣୀ ସଜେଇ ସମାଜରେ ମର୍ଯ୍ୟାଦାର ସହିତ ବଞ୍ଚିବାର ଅଧିକାରୀ ଛଡାଇ ନେଉଛନ୍ତି । ଏହାପରେ କଟକ ଡିସିପି ପିନାକ ମିଶ୍ର କହିଥିଲେ ଏତଲାରେ ଥିବା ଅଭିଯୋଗଗୁଡିକର ତର୍ଜମା କରାଯାଉଛି ।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ