ଅପରାଧ ରାଜ୍ୟ

ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ, ସକାଳୁ ଯାଉଥିଲେ ଦୋକାନ

ଯାଜପୁର ୨୪।୦୭ : ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଦୁବକଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତାରେ ଯାଉଥିବା ବେଳେ ମାଡ଼ିଗଲା ବସ୍। ଘଟଣାସ୍ଥଳରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତକ ଲାଲବାଗ ଅଞ୍ଚଳର ଦୟାନିଧି ମଲ୍ଲିକ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଯାଜପୁର ମଙ୍ଗଳପୁର ଥାନା ଲାଲବାଗ ଅଞ୍ଚଳର ଦୟାନିଧି ମଲ୍ଲିକ (୫୫) ରବିବାର ସକାଳୁ ଦୋକାନକୁ ଯାଉଥିଲେ । ଠିକ୍‌ ଏହି ସମୟରେ ଦୁବକଣ ନିକଟରେ ଏକ ବସ୍ ତାଙ୍କ ଉପରେ ଚଢିଯାଇଥିଲା । ଯାହାଫଳରେ ଘଟଣାସ୍ଥଳରେ ହିଁ ଦୟାନିଧିଙ୍କ ମୃତ୍ୟୁ ଘଟିଛି । ତେବେ ବସ୍‌ଟି କୟାଁଗୋଲାରୁ କଟକ ଅଭିମୁଖେ ଯାଉଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।