ଅପରାଧ ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ବସ-ଟ୍ରକ୍ ମୁହାଁମୁହିଁ : ୭ ମୃତ, ୨୬ ଗୁରୁତର

ନୂଆଦିଲ୍ଲୀ ୨୪/୦୫: ଟ୍ରକ୍‌ ସହ ଧକ୍କା ହେଲା ବସ । ୭ ମୃତ । ୨୬ରୁ ଅଧିକ ଗୁରୁତର । ଏପରି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି କର୍ଣ୍ଣାଟକର ହୁବଲୀରେ । ଦୁର୍ଘଟଣା ପରେ ହୁବଲୀ ମୁଖ୍ୟ ରାସ୍ତାରେ ଯାତାୟତ ପ୍ରଭାବିତ ହୋଇଛି ।

ସୂଚନାନୁସାରେ, ଏକ ଯାତ୍ରୀବାହୀ ବସ କୋଲହାପୁରରୁ ବାଙ୍ଗାଲୋର ଅଭିମୁଖେ ଯାତ୍ରା କରୁଥିଲା । ତେବେ ହୁବଲୀ ଉପକଣ୍ଠରେ ଏହା ଏକ ଟ୍ରକ୍(ଲରୀ) ସହ ଧକ୍କା ହୋଇଥିଲା । ଦୁର୍ଘଟଣାରେ ଉଭୟ ଗାଡିରେ ଡ୍ରାଇଭର ପ୍ରାଣ ହରାଇଛନ୍ତି । ସେହିପରି ଅନ୍ୟ ୫ ଯାତ୍ରୀଙ୍କ ମଧ୍ୟ ମୃତ୍ୟୁ ଘଟିଛି । ଏପରି ଭାବେ ୭ ଜଣ ପ୍ରାଣ ହରାଇଥିବା ବେଳେ ୨୬ ଜଣ ଗୁରୁତର ହୋଇଛନ୍ତି ।

ଦୁର୍ଘଟଣା ବାବଦରେ ଖବର ପାଇଁ ତୁରନ୍ତ ପୋଲିସ ଓ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଁଚିଥିଲା । ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଥିଲା । ତେବେ ଆହତଙ୍କୁ ସ୍ଥାନୀୟ କେଆଇଏମଏସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି । ତେବେ ଦୁଇଟି ଗାଡି ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ