ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା କୁକୁଡ଼ା ବୋଝଇ ପିକଅପ୍ ଭ୍ୟାନ୍, ଜଣଙ୍କର ମୃତ୍ୟୁ

ଭୋଗରାଇ ୨୯।୭: ବାଇକ୍‌କୁ ଧକ୍କା ଦେଲା କୁକୁଡା ବୋଝେଇ ପିକଅପ୍ ଭ୍ୟାନ୍ । ଦୁର୍ଘଟଣା ଫଳରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି । ପୋଲସ ଗାଡିଟିକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ପଶ୍ଚିମବଙ୍ଗ ନମ୍ବର ଥିବା ଏକ କୁକୁଡ଼ା ବୋଝେଇ ପିକଅପ୍ ଭ୍ୟାନ୍ ଦେଉଳାରୁ ଥାନା ଛକ ଅଭିମୁଖେ ଆସୁଥିବା ବେଳେ ଆଗରେ ଯାଉଥିବା ବାଇକ୍‌କୁ ଧକ୍କା ଦେଇଥିଲା । ଫଳରେ ବାଇକ୍ ଆରୋହୀ ଆହତ ହୋଇଥିଲେ । ପିକଅପ୍ ଭ୍ୟାନ୍‌ଟି ଭାରସାମ୍ୟ ହରାଇ ରାସ୍ତାରେ ଥିବା ଏକ ଦୋକାନ ଘରେ ପସି ଯାଇଥିଲା । ସ୍ଥାନୀୟ ଲୋକେ ଗାଡିକୁ ଅଟକ ରଖି ଆହତ ବାଇକ୍ ଆରୋହୀଙ୍କୁ ପ୍ରଥମେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ହେବାରୁ ବାଲେଶ୍ବର ମୁଖ୍ୟ ଡାକ୍ତରଖାନାକୁ ନେବା ରାସ୍ତାରେ ମୃତ୍ୟୁ ହୋଇଛି ।

ଭୋଗରାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡିକୁ ଜବତ କରି ତଦନ୍ତ ଜାରି ରଖିଛି । ମୃତକ ହେଲେ ଦେଉଳା ପଂଚାୟତ ନୁଟୁରା ଗ୍ରାମର ହରିଶ ଦଣ୍ଡପାଟ । ତାଙ୍କ ବୟସ ୩୬ବର୍ଷ ହୋଇଥିବା ବେଳେ ତାଙ୍କର ଜଣେ ପୁଅ ଓ ଝିଅ ଅଛନ୍ତି । ଶୁକ୍ରବାର ସକାଳେ ସେ ପରିବା ବ୍ୟବସାୟ କରିବା ପାଇଁ ସ୍ଥାନୀୟ ଦାରୁହା ହାଟକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।