ଅପରାଧ ରାଜ୍ୟ

ବାଇକ୍‌ ଉପରେ ଚଢିଗଲା ଟ୍ରକ, ଦୁଇ ଆରୋହୀ ମୃତ

ଢେଙ୍କାନାଳ ୨୮।୧୦ : ଢେଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବାଇକ୍‌ ଉପରେ ଚଢିଗଲା କୋଇଲା ବୋଝେଇ ଟ୍ରକ । ଘଟଣାସ୍ଥଳରେ ବାଇକ୍‌ରେ ଥିବା ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଏବେ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।

ତେବେ ମୃତ ଦୁଇ ଜଣ କାମାକ୍ଷାନଗର ତୁମୁସିଂହା ଅଞ୍ଚଳର ବୋଲି ବାଇକ୍‌ ନମ୍ବରରୁ ଅନୁମାନ କରାଯାଇଛି । ଘଟଣାସ୍ଥଳରୁ ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭରକୁ ସ୍ଥାନୀୟଲୋକେ କାବୁ କରି ଟ୍ରକ ସହ ଗୋବିନ୍ଦପୁର ଫାଣ୍ଡି ପୋଲିସର ଜିମା ଦେଇଛନ୍ତି । ରାସ୍ତା ସଂପ୍ରସାରଣ କାର୍ଯ୍ୟ ଅଧାରେ ଅଟକି ରହିଥିବା ଏବଂ ଡାଇଭର୍ସନ ଲାଗି ଏହି ଦୁର୍ଘଟଣା ଘଟୁଛି । ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ସଦର ଥାନା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ଅବରୋଧ ହଟିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।