ରାଜ୍ୟ ସ୍ପେଶାଲ ରିପୋର୍ଟ

ବାଇକ୍ ସହ ସ୍କୁଟି ଧକ୍କା: ଜଣେ ମୃତ, ତିନି ଗୁରୁତର

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଗୋଳାବନ୍ଧ ଛକ ନିକଟରେ ମଧ୍ୟ ରାତିରେ ବାଇକ୍ ସହ ସ୍କୁଟି ଚାଳକଙ୍କ ମଧ୍ୟରେ ଧକ୍କା ହୋଇଥିଲ। ଏହାଫଳରେ ଘଟଣାସ୍ଥଳରେ ଜଣକର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଶୁଆକାଠି ଗ୍ରାମର ଗୋବର୍ଦ୍ଧନ ମହାକୁଡ। ଗୋବର୍ଦ୍ଧନ ତାଙ୍କର ସମ୍ପର୍କୀୟଙ୍କ ଘର ଗୋଳାବନ୍ଧ ଗ୍ରାମକୁ ଆସିଥିଲେ। କାହାର ଦେହ ଅସୁସ୍ଥ ଥିବାରୁ ସିଏ ସ୍କୁଟି ଯୋଗେ ଘଟଗାଁ ସ୍ବାସ୍ଥ୍ୟକେନ୍ଦ୍ରକୁ ଭୁଲ୍ ରାସ୍ତାରେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ବାଇକ୍ ସହ ଧକ୍କା ହୋଇଥିଲା। ଗୋବର୍ଦ୍ଧନ ଗୁରୁତର ହୋଇଥିଲେ।

ସ୍ଥାନୀୟ ଲୋକମାନେ ତାଙ୍କୁ ଉଦ୍ଧାର କରି ଘଟଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଅନ୍ୟ ତିନି ଆହତଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଘଟଗାଁସ୍ଥଳରେ ପୁଲିସ ପହଞ୍ଚି ଅଧିକ ତଦନ୍ତ ଚଳାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।