ରାଜ୍ୟ

ବାଇକ୍‌-ସ୍କୁଟି ମୁହାଁମହିଁ ଧକ୍କା, ୨ ଶିକ୍ଷୟତ୍ରୀ ମୃତ

ଜି. ଉଦୟଗିରି ୨୬।୧୧ : ବାଇକ୍‌-ସ୍କୁଟି ମୁହାଁମହିଁ ଧକ୍କା । ଚାଲିଗଲା ଦୁଇ ଶିକ୍ଷୟତ୍ରୀଙ୍କ ଜୀବନ ।କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନା ନିଲୁଙ୍ଗିଆ ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା ।

ଖବର ଅନୁଯାୟୀ, ଶନିବାର ସକାଳ ସମୟରେ ଦୁଇ ଜଣ ଶିକ୍ଷୟତ୍ରୀ ନିଜ ସ୍କୁଟି ଯୋଗେ ସ୍କୁଲକୁ ଯାଇଥିଲେ । ଏହି ସମୟରେ ନିଲୁଙ୍ଗିଆ ଗାଁ ନିକଟରେ ଏକ ବାଇକ୍‌ ସହ ସ୍କୁଟିର ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ଦୁଇ ଜଣ ଶିକ୍ଷୟତ୍ରୀଙ୍କ ମୃତ୍ୟୁ ହୋଇଛି । ମୃତ ଶିକ୍ଷୟତ୍ରୀଙ୍କ ନାମ ପ୍ରଦୀପ୍ତା ସାହୁ, ବିମଳା ପ୍ରଧାନ ବୋଲି ଜଣାପଡିଛି । ସେପଟେ ଏହି ଦୁର୍ଘଟଣାରେ ବାଇକ୍‌ ଚାଳକ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।