ଟାଙ୍ଗି ୦୧/୦୯: ଖୋର୍ଦ୍ଧା ଜିଲ୍ଲାର ବାଣପୁରରେ ଥିବା ଦୁଲ୍ଲଣୀ ଗାଁର ଶାଳିଆ ନଦୀ ବାଉଁଶବୁଦାରୁ ଏକ ମୃତଦେହ ମିଳିଛି। ମୃତ୍ୟୁ କାରଣ ସ୍ପଷ୍ଟ ହୋଇନି। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଛି। ଖବର ଅନୁସାରେ, ଗୁରୁବାର ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଦୁଲ୍ଲଣୀ ଗ୍ରାମ ଶାଳିଆ ନଦୀ ବାଉଁଶବୁଦାରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତ ଦେହ ପଡ଼ିଥିବା ଦେଖିବାକୁ ମିଳିଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ମୃତ ବ୍ୟକ୍ତିଙ୍କୁ ହତ୍ୟା କରି ବାଉଁଶ ବୁଦାରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି। ଖବର ପାଇ ବାଣପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।