ଅପରାଧ ରାଜ୍ୟ

ବାପା-ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ବାଂଶପାଳ ୧।୭: ବାପା-ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପୋଲିସର ତଦନ୍ତ ଜାରି ରହିଛି ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା ବାଂଶପାଳ ଗାଁରେ ବାପା-ପୁଅଙ୍କ ମୃତଦେହ ଉଦ୍ଧାର ହୋଇଛି । ଘର ନିକଟ ଜଙ୍ଗଲରୁ ଉଭୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ବାଂଶପାଳ ରଜାବନ୍ଧ ମୁଣ୍ଡା ସାହିର ଶୁକ୍ରା ମୁଣ୍ଡା ଓ ପୁଅ ଶଙ୍କର ମୁଣ୍ଡା । ବେକରେ ଗାମୁଛା ଲଗାଇ ବାପା ଓ ପୁଅ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ଖବର ପାଇ ଘଟଣାସ୍ଥଳରେ ନୟାକୋଟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବାପା-ପୁଅଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଉଭୟଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡିବ । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।